PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟମନ୍ତ୍ରୀ, ନିୟମ ନ ମାନିଲେ ପୁଣି ହେବ ଲକ୍‌ଡାଉନ୍‌…

ଭୁବନେଶ୍ୱର,୫/୮ (ବ୍ୟୁରୋ): କରୋନାର ତୃତୀୟ ଲହର ଭୟଙ୍କର ହେଉଛି । ବିଶ୍ୱର ବିଭିନ୍ନ ସ୍ଥାନରେ ଏ ଲହର ତାଣ୍ଡବ ଆରମ୍ଭ କଲାଣି । ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ମଧ୍ୟ ସତର୍କ କରିିଲେଣି । ତେଣୁ ଏ ପରିସ୍ଥିତିରେ କୋଭିଡ ନିୟମ ପାଳନରେ ସାମାନ୍ୟ ଢିଲା ଗୁରୁତର ହୋଇପାରେ । ଆମେ ନିଷ୍ଠାର ସହ କୋଭିଡ୍‌ ନିୟମ ମାନିବା । ନଚେତ୍‌ ରାଜ୍ୟରେ ପୁଣି ଲକଡାଉନ୍‌ ଜାରି ହେବ । ରାଜ୍ୟବାସୀଙ୍କୁ ବୁଧବାର ଏମିତି ସତର୍କ କରାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା ମଧ୍ୟ କରିଛନ୍ତି ।


ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବୁଧବାର ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅନ୍‌ଲକ୍‌ ପରେ ରାଜ୍ୟର କିଛି ସ୍ଥାନରେ ବଜାରରେ ବହୁତ ଭିଡ଼ ହେଉଛି । ଏହା ଅତି ବିପଦପୂର୍ଣ୍ଣ । ଏହାଦ୍ୱାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁତ ବଢ଼ିଯାଇପାରେ । ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ପୁଣି ଥରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବାଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।


ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁଦ୍ଧ ଏଯାଏ ସରିନାହିଁ । ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ କୋଭିଡ କେସ୍‌ ବଢୁଛି । ଭୁବନେଶ୍ୱରରେ ସଂକ୍ରମଣ ସ୍ଥିର ରହିଛି । ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ୱ ଦେଇ ଓଡ଼ିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି । କିନ୍ତୁ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି । ରୂପ ବଦଳାଇ ଗୁରୁତର ଭାବେ ଆକ୍ରମଣ କରିବାର ଶକ୍ତି ମଧ୍ୟ ତାର ରହିଛି । ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

ଏହାଦ୍ୱାହା ହିଁ ଆମେ ତୃତୀୟ ଲହରର ଆକ୍ରମଣକୁ କମ୍‌ କରିଦେଇପାରିବା ।ମୁଖ୍ୟମନ୍ତ୍ରୀ କହିଛନ୍ତି, ଦ୍ୱିତୀୟ ଲହରରେ ଆମେ ଦେଖିଲେ କରୋନା ଭୂତାଣୁ କାହାରିକୁ ଛାଡି ନାହିଁ । ବୁଢ଼ାଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସୁରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି ।ନବୀନ କହିଛନ୍ତି, ଦ୍ୱିତୀୟ ଲହରରେ ଅନ୍ୟ ରାଜ୍ୟଗୁଡ଼ିକର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡ଼ିଶାରେ ଘଟି ନାହିଁ । ଆମ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡ଼ିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତରମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ୱପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ । ଦ୍ୱିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମେ ଦାୟିତ୍ୱପୂର୍ଣ୍ଣ ଭାବେ କରୋନା ନିୟମ ମାନିଲେ ହିଁ ତୃତୀୟ ଲହରକୁ ରୋକିପାରିବା । ରାଜ୍ୟବାସୀଙ୍କୁ ଅପିଲ୍‌ କରି ମୁଖ୍ୟମନ୍ତ୍ରୀ କହିଲେ, ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢ଼ିଚାଲିବ ସେଥିରେ ସହଯୋଗ କରନ୍ତୁ ।

ସମ୍ବନ୍ଧିତ ଖବର