PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ବାତ୍ୟା ୟାସ୍‌ର ମୁକାବିଲା ଓ ଉଦ୍ଧାର କାର୍ଯ୍ୟ ସାମିଲ ଥିବା ୧୦ ଅଗ୍ନିଶମ କର୍ମଚାରୀ କରୋନା ପଜିଟିଭ୍‌, ଆଇସୋଲେସନ୍‌ରେ କିଛି କର୍ମଚାରୀ

କଟକ,୦୧/୦୬: ବାତ୍ୟା ୟାସ୍‌ର ମୁକାବିଲା ଓ ଉଦ୍ଧାର କାର୍ଯ୍ୟ ଲାଗି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ନିୟୋଜିତ ହୋଇଥିବା ଅଗ୍ନିଶମ ସେବା ସଂସ୍ଥାର ଉଦ୍ଧାରକାରୀ ଦଳରୁ ପ୍ରାୟ ୧୦ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ବିଭାଗୀୟ ସୂତ୍ରରୁ ସୂଚନା ମିଳିଛି । ଦୁଇ ଦିନ ମଧ୍ୟରେ ପ୍ରାୟ ୧୦ ଜଣ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଆଉ କିଛି କର୍ମଚାରୀ ଏବେ ଆଇସୋଲେସନ୍‌ରେ ରହିଥିବା ଖବର ମିଳିଛି ।

ବାତ୍ୟା ସମୟରେ ଉଦ୍ଧାର କାର୍ଯ୍ୟ ଏବଂ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ମଧ୍ୟରେ କର୍ମଚାରୀମାନେ ସଂକ୍ରମିତ ହୋଇଥିବା ଜଣାଯାଇଛି । କୋଭିଡ୍‌ରେ ଆକ୍ରାନ୍ତ କର୍ମଚାରୀଙ୍କୁ କୋଭିଡ୍‌ କେୟାର ସେଣ୍ଟରରେ ରଖାଯାଇ ଚିକିତ୍ସା କରାଯାଉଛି । କୋଭିଡ୍‌ ଆକ୍ରାନ୍ତ କର୍ମଚାରୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ବୁଝିି ସହାୟତା ଯୋଗାଇବା ପାଇଁ ଅଗ୍ନିଶମ ନିର୍ଦ୍ଦେଶାଳୟ ପକ୍ଷରୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ, ୟାସ୍‌ ମୁକାବିଲା ଓ ଉଦ୍ଧାର କାର୍ଯ୍ୟ ଲାଗି ଅଗ୍ନିଶମ ବାହିନୀର ୧୯୦ଟି ଟିମ୍‌ ନିୟୋଜିତ ଥିଲେ । ୨୫ରୁ ୨୮ ତାରିଖ ମଧ୍ୟରେ ଉଦ୍ଧାରକାରୀ ଦଳ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ଏବଂ ସ୍ଥାନାନ୍ତର ଆଦି କାର୍ଯ୍ୟ ତୁଲାଇଥିଲେ । ଉଲ୍ଲେଖଯୋଗ୍ୟ, ଗତବର୍ଷ ପଶ୍ଚିମବଙ୍ଗରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଅମ୍‌ପନ୍‌ର ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିବା ବେଳକୁ ଅଗ୍ନିଶମ ସେବା ସଂସ୍ଥାର ବହୁ କର୍ମଚାରୀ କୋଭିଡ୍‌ ଆକ୍ରାନ୍ତ ହୋଇଥିଲେ ।