PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୨୮ ପଜିଟିଭ୍ ଚିହ୍ନଟ
  • ||
  • ନୂଆଦିଲ୍ଲୀ : ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୮ରୁ ପୁଣି ବଢ଼ିବ ବର୍ଷା, ଉତ୍ତର ଓଡିଶାରେ ପ୍ରବଳ ଛେଚିବ
  • ||
  • ସମ୍ବଲପୁର : ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତିି
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ଓ ସୁନିଆଁ ପର୍ବ ପାଳନ, ଜଗା ଦର୍ଶନ ବନ୍ଦ
  • ||
  • ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ
  • ||
  • ନୀଳଗିରି : ଡାକବଙ୍ଗଳା ରାସ୍ତାରେ ବୁଲୁଛି ଭାଲୁ
  • ||
  • ସାନଖେମୁଣ୍ଡି : ଗାଧୋଇ ଯିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ମହିଳା ମୃତ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ସହର ୧୨ ଘଣ୍ଟିଆ ବନ୍ଦ, ୪ ଦଫା ଦାବି ନେଇ ବନ୍ଦ ଡ଼କରା ଦେଇଛି ଟ୍ରକ୍ ମାଲିକ ସଙ୍ଘ
  • ||
  • ଜଳେଶ୍ଵର : ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା, ଜଳମଗ୍ନ ୫ଟି ପଞ୍ଚାୟତ
  • ||
  • ପାଟଣା : ଦାଉ ସାଧିଲା ଲଗାଣ ବର୍ଷା, ବନ୍ଧ ଭାଙ୍ଗି ବାଲି ଚରିଗଲା ଏକର ଏକର ଚାଷ ଜମି
  • ||

ରାଜ୍ୟରେ ଆଖିବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି

ଭୁବନେଶ୍ୱର,୧୭/୦୮: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୨୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଉ ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।