ରାଜ୍ୟରେ ଆଉ ୧୦୨ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି

ଭୁବନେଶ୍ୱର ୧୯/୫ : ଆଜି ରାଜ୍ୟରେ ଆଉ ୧୦୨ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ୧୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ୍ ହୋଇଥିବା ବେଳେ ୫ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ୍ ହୋଇଥିବା ସୂଚନା ମିଳିଛି। ସେହିପରି ଆଜି ରାଜ୍ୟରେ କରୋନାରେ ଆଉ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି।

ସେହିପରି ଆଜି ରାଜ୍ୟରେ ଚିହ୍ନଟ୍ ହୋଇଥିବା ୧୦୨ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଳାରୁ ସର୍ବାଧିକ ୩୧ଜଣ ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାରୁ ୨୩ଜଣ ,ଭଦ୍ରକ ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ। ଏଥିସହିତ କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ଜଣ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି। ଅନୁଗଳ, ବାଲେଶ୍ବର ସମ୍ବଲପୁର ଜିଲ୍ଲାରୁ ୨ଜଣ ଲୋଖାଏଁ ସଂକ୍ରମିତ ଚିହ୍ନଟ୍ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ୍ ହୋଇଛି। ସମସ୍ତ ଚିହ୍ନଟ୍ ଆକ୍ରନ୍ତ ମଧ୍ୟରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରୁ ଚିହ୍ନଟ୍ ହୋଇଥିବା ବେଳେ ୫ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୯୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫ଜଣଙ୍କର ମୃତ୍ୟୁ ହୋଇଛି।

   ସମ୍ବନ୍ଧିତ ଖବର


ବିସିଜି ଟିକା କରୋନା ବିରୋଧରେ ଲଢିପାରିବ – ଏଭଳି ସୂଚନା ଦେଲେ ICMR ର ବୈଜ୍ଞାନିକ

ଚଳିତ ବର୍ଷ କାର୍ତ୍ତିକରେ ଶ୍ରୀକ୍ଷତ୍ର ପୁରୀରେ ହବିଷ୍ୟାଳୀଙ୍କୁ ମନା- ନ ଆସିବା ପାଇଁ କହିଲେ ପୁରୀ ପ୍ରଶାସନ

ସମ୍‌ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ପ୍ଲାଷ୍ଟିକ୍‌ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

Inoxର ଦମଦାର୍ ଅଫର: ୨୯୯୯ ଟଙ୍କାରେ ବୁକ୍ କରନ୍ତୁ ଥିଏଟର, ପରିବାର କିମ୍ବା ସାଙ୍ଗମାନଙ୍କ ସହ ଦେଖନ୍ତୁ ନିଜ ପସନ୍ଦର ଫିଲ୍ମ

ସ୍ବାମୀକୁ ହତ୍ୟା ପରେ ବି ଫେସବୁକରେ ପୋଷ୍ଟ କରୁଥିଲେ ପତ୍ନୀ, ଜାଣନ୍ତୁ ବରେଲିର ଅଧ୍ୟାପକଙ୍କ ହତ୍ୟା ପଛର କାରଣ

ଭାରତରେ ନିଲାମ ହେଲା ସବୁଠାରୁ ଦାମୀ ଚା’, କେଜିକୁ ରହିଛି ଏତେ ଟଙ୍କା