PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍

ଭୁବନେଶ୍ୱର ୦୩/୦୮ : ଓଡ଼ିଶାରେ ପୁଣି କରୋନା ଗ୍ରାଫ୍ ଉପମୁହାଁ ହେଉଛି। ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଓଡ଼ିଶାରେ କରୋନା ଗ୍ରାଫ୍ ସାମନ୍ୟ ଉପମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟ​‌ରେ ୨୯ଟି ଜିଲ୍ଲାରୁ ୧୧୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୮୮ ଜଣ ,କଟକରୁ ୧୩୫ ଜଣ,ବାଲେଶ୍ବରରୁ ୭୨ ଜଣ, କେନ୍ଦ୍ରାପଡ଼ାରୁ ୬୬ ଜଣ,ଜଗତସିଂହପୁରରୁ ୬୩ ଜଣ, ଭଦ୍ରକରୁ ୬୦ ଜଣ,ଅନୁଗୁଳରୁ ୫୫ ଜଣ, ଯାଜପୁର ଓ ପୁରୀ ଜିଲ୍ଲାରୁ ୪୮ ଜଣ ଲେଖାଏଁ, ମୟୂରଭଞ୍ଜରୁ ୨୦ ଜଣ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୮ ଜଣ ଲେଖାଏଁ , ଢ଼େଙ୍କାନାଳରୁ ୭ ଜଣ,ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲା ୬ ଜଣ ଲେଖାଏଁ ,ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ୫ ଜଣ ଲେଖାଏଁ ,ବଲାଙ୍ଗୀର, ବୌଦ୍ଧା, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ ,ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ , କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ, ଷ୍ଟେଟ୍ ପୋଲ୍‌ରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୦ ହଜାର ୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୪ ହଜାର ୩୨୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୦ ହଜାର ୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୦୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୨୨୩୯୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।