ପ୍ରମୁଖ ଖବର
  • ଯାଜପୁର,ଯୋକଡିଆ ନିକଟ ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇ ପାଣିରେ ଭାସିଯାଇ ୨ ଭାଇ ନିଖୋଜ
  • ||
  • ବିଧାନସଭା କ୍ଷେତ୍ର ପାଇଁ ଆଉ ୪ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ପ୍ରକାଶ ପାଇଁ ଓଡ଼ିଶା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି, ମେ ୧୩ ତାରିଖରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ
  • ||
  • ବିଶ୍ୱ ଐତିହ୍ୟ ଦିବସ: ଆଜି ସୂର୍ଯ୍ୟମନ୍ଦିରରେ ମାଗଣା ପ୍ରବେଶ କରିପାରିବେ ପର୍ଯ୍ୟଟକ
  • ||
  • ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଶୁକ୍ରବାର ୧୦୨ ଆସନରେ ହେବ ମତଦାନ, ୧୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ
  • ||
  • IPL 2024ରେ ପଞ୍ଜାବକୁ ଭେଟିବ ମୁମ୍ବାଇ, ତିଳକ-ଅର୍ଶଦୀପ ଲଢ଼େଇକୁ ଅପେକ୍ଷା
  • ||
  • ଆହୁରି ତେଜିବ ତାତି, ସପ୍ତାହେ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ଖରା ପାଇଁ ତିନି ଦିନ ସ୍କୁଲ ଛୁଟି
  • ||

ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍: ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ଵର, ୨୮/୦୫ : ରାଜ୍ୟରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ଜଣେ ରହିଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୨୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ, କଟକ, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୬୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୦୯୭୦୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.