ଆସିଲା ୧୨୯ କରୋନା ଆକ୍ରାନ୍ତଙ୍କ ତଥ୍ୟ: ସର୍ବାଧିକ ସଂକ୍ରମିତ କେନ୍ଦ୍ରାପଡ଼ା ଜିଲ୍ଲାରୁ ଚିହ୍ନଟ

ଭୁବନେଶ୍ବର ୨୫/୫: ଓଡିଶାରେ ଉଦ୍‌ବେଗଜନକ ହାରରେ ବଢ଼ିବାରେ ଲାଗିଛି କରୋନା। ଆଜି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୧୨୯ଜଣ ପଜିଟିଭ ଚିହ୍ନଟ୍ ହୋଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କ ତଥ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟର ୧୯ଟି ଜିଲ୍ଲାରୁ ୧୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯ଜଣ କ୍ବାରେଣ୍ଟାଇନ ସେରଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ୧୦ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲରୁ ୧୬ଜଣ, ନୂଆପଡ଼ା ଜିଲ୍ଲରୁ ୧୨ଜଣ , ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଓ ଯାଜପୁର ଜିଲ୍ଲରୁ ୧୦ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ବାଲେଶ୍ବର, ସୁନ୍ଦରଗଡ଼, ମୟୂରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲୋଖାଏଁ ଆକ୍ରାନ୍ତ ରହିଛନ୍ତି। କଟକ ଜିଲ୍ଲରୁ ୫ଜଣ, ପୁରୀ, ଦେବଗଡ଼ ଜିଲ୍ଲାରୁ ୪ଜଣ ଲୋଖାଏଁ ଆକ୍ରାନ୍ତ ରହିଛନ୍ତି। କେନ୍ଦୁଝର ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ମାଲକାନଗିର, ଢ଼େଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି।

ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ଜଣ ଆକ୍ରାନ୍ତ କ୍ବାରେଣ୍ଟାଇନ ସେଣ୍ଟରୁ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ଜଣେ ଓ କର୍ଣ୍ଣଟକରୁ ଜଣେ ଫେରିଛନ୍ତି। ସେହିପରି ଯାଜପୁର ଜିଲ୍ଲାରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ପଶ୍ଚିମବଙ୍ଗ ୪ଜଣ, ଗୁଜରାଟରୁ ୪ଜଣ ଏବଂ ଦୁବାଇ ୨ଜଣ ଆକ୍ରାନ୍ତ ଫେରିଛନ୍ତି।

ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ଆଜି ସର୍ବାଧିକ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ଜଣ ସଂକ୍ରମିତଙ୍କୁ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ତେବେ ଗୁଜରାଟରୁ ୬ଜଣ, ତାମିଲନାଡ଼ୁରୁ ୪ ଓ ପଶ୍ଚିମବଙ୍ଗରୁ ଫେରିଥିବା ସୂଚନା ଦିଆଯାଇଛି। ସେହଭଳି ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଗୁଜରାଟରୁ ଫେରିବା ପରେ କ୍ବାରେଣ୍ଟାଇନ ସେଣ୍ଟରରେ ରଖାଯାଇଛି। ସେହିଭଳି ଦେବଗଡ଼ ଜିଲ୍ଲାରୁ ୪ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ଆକ୍ରାନ୍ତଙ୍କ ତାମିଲନାଡ଼ୁ ଫେରନ୍ତା ହୋଇଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରୁ ଚିହ୍ନଟ ହୋଇଛନ୍ତି।

ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସଂପୃକ୍ତ ଆକ୍ରାନ୍ତ ଜଣକ ମହାରାଷ୍ଟ୍ରରୁ ଫେରିଛନ୍ତି। କ୍ବାରେଣ୍ଟାଇନ୍ ସେଣ୍ଟରରେ ରଖାଯାଇଛି। ମୟୂରଭଞ୍ଜ ଜିଲ୍ଲାରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ଆକ୍ରାନ୍ତଙ୍କୁ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୪ଜଣ, କର୍ଣ୍ଣାଟକରୁ ୨ଜଣ ଆକ୍ରାନ୍ତ ଫେରିଥିବା ସୂଚନା ଦିଆଯାଇଛି। ସେହିଭଳି କଟକ ଜିଲ୍ଲାରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, ଗୁଜରାଟରୁ ଜଣେ ଲୋଖାଏଁ ଆକ୍ରାନ୍ତ ଫେରିଥିବା ବେଳେ ଜଣେ ସ୍ଥାନୀୟ ଅଞ୍ଚଳ ହୋଇଥିବା ସୂଚନା ଦିଆଯାଇଛି।

ବାଲେଶ୍ବର ଜିଲ୍ଲରୁ ଚିହ୍ନଟ ହୋଇଥିବା ୬ଜଣ ସଂକ୍ରମିତଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୫ଜଣ ଓ ତାମିଲନାଡ଼ୁରୁ ଜଣେ ଆକ୍ରାନ୍ତ ଫେରିବା ପରେ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସେହିଭଳି ବରଗଡ଼ ଜିଲ୍ଲରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତେଲେଙ୍ଗାନାରୁ ୪ଜଣ ଓ ଆନ୍ଧ୍ରାପ୍ରଦେଶରୁ ଜଣେ ଓ ସ୍ଥାନୀୟ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫ଜଣଙ୍କୁ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ନୂଆପଡ଼ା ଜିଲ୍ଲାରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୧୧ଜଣ ତେଲେଙ୍ଗାନାରୁ ଜଣେ ସଂକ୍ରମିତ ଫେରିଥିବା ବେଳେ ସମସ୍ତ ଆକ୍ରାନ୍ତଙ୍କୁ କ୍ବାରେଣ୍ଟାଇନ ସେଣ୍ଟରରୁ ରଖାଯାଇଛି।

ଗଜପତି ଜିଲ୍ଲାରୁ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ଆକ୍ରାନ୍ତ ମହାରାଷ୍ଟ୍ରରୁ ଫେରିବା ପରେ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସେହିଭଳି କେନ୍ଦୁଝର ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ଆକ୍ରାନ୍ତଙ୍କ ତାମିଲାନାଡ଼ୁ ଲିଙ୍କ ରହିଛି। ଗଞ୍ଜାମ ଜିଲ୍ଲାରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁରଟରୁ ୭ଜଣ, ଦିଲ୍ଲୀ, ମହାରାଷ୍ଟ୍ର ଓ ତେଲେଙ୍ଗାନାରୁ ଜଣେ ଲୋଖାଏଁ ସଂକ୍ରମିତ ଫେରିଥିବା ବେଳେ ସମସ୍ତ ଆକ୍ରାନ୍ତ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି।

ସେହିପରି ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ରରୁ, ଜଣେ ପଶ୍ଚିମବଙ୍ଗରୁ ଏବଂ ଜଣେ ଝାଡଖଣ୍ଡରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର, ଜଣେ ଗୁଜୁରାଟ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଦୁଇ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।


ସେହିପରି ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମାଲକାନଗିରି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

   ସମ୍ବନ୍ଧିତ ଖବର


ଆସନ୍ତା ବର୍ଷ ଏହି ମାସ ସୁଦ୍ଧା ଲଞ୍ଚ ହେବ କରୋନାର ସ୍ୱଦେଶୀ ଭ୍ୟାକସିନ୍, ଭାରତ ବାୟୋଟେକ୍‌ର ସୂଚନା

ମନ୍ଦିର ଖୋଲିବାକୁ ନିଆରା ପ୍ରୟାସ: ଆଇସ୍‌କ୍ରିମ୍‌ କାଠିରେ ଦୁର୍ଗାମୁଖା, ଦିଆସିଲି କାଠିରେ ଶ୍ରୀଜଗନ୍ନାଥ ତିଆରି କଲେ ଦୁଇ ଛାତ୍ର

ଗୌରବ ଆଣିଲେ କନ୍ଧମାଳର ସନ୍ଧ୍ୟାରାଣୀ: ଛୁଞ୍ଚି ମୁନରେ ୬୬, ୧୫୮ କାରୁକାର୍ଯ୍ୟ କରି ଗିନିଜ୍ ବୁକରେ କଲେ ରେକର୍ଡ

ବିବାଦରେ ଥାନା ଅଧିକାରୀ, ଦୁର୍ଗାପୂଜା ଶୁଭେଚ୍ଛା ବିଜ୍ଞାପନରେ ରଖିଥିଲେ ଦଳୀୟ ଚିହ୍ନ ଓ ନେତାଙ୍କ ଫଟୋ….

ବରମୁଣ୍ଡା ଓଭରବ୍ରିଜ ତଳୁ ମୃତଦେହ ଉଦ୍ଧାର

ଖଣି ଇଷ୍ପାତ ଓ ପୂର୍ତ୍ତ ବିଭାଗର ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ କରୋନା