ରାଜ୍ୟରେ ୧୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୯୭ କୁ ବୃଦ୍ଧି

ଭୁବନେଶ୍ବର ୨୯/୧୦:କରୋନା ସଂକ୍ରମଣ କମିଛି ସତ ମୃତ୍ୟୁରେ ବ୍ରେକ୍‌ ଲାଗୁନି । ରାଜ୍ୟରେ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ । ପ୍ରାଣଘାତୀ କରୋନା କବଳରେ ନିତି ଶତାଧିକ ବ୍ୟକ୍ତି ପଡ଼ୁଥିବା ବେଳେ ରାଜ୍ୟରେ ରେ ନିତି ମୁଣ୍ଡ ଗଡ଼ୁଛି । ଗତ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୩ ଜଣ ଆକ୍ରାନ୍ତ କରୋନାରେ ଆଖିବୁଜିଛିନ୍ତି। ସଂପୃକ୍ତ୧୩ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ଅନୁଗୁଳ, ବାଲେଶ୍ବର, ନୂଆପଡ଼ାରୁ ୨ ଜଣ ଲେଖାଏଁ, ଜଗତସିଂହପୁର,କେନ୍ଦୁଝର, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୮୭ ହଜାର ୦୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫ ହଜାର ୬୧୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଲକ୍ଷ ୭୦ ହଜାର ୧୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୯୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୪୪ ଲକ୍ଷ ୬୩ ହଜାର ୫୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି।

   ସମ୍ବନ୍ଧିତ ଖବର


ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

୪୩ ମୋବାଇଲ ଆପ୍‌କୁ ଭାରତ ‌ବ୍ୟାନ କରିବା ପରେ ଚୀନ ରାଗରେ ପାଚି ଲାଲ୍, କହିଲା ମିଳିବ କଡା ଜବାବ…

ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…

‘ଲଭ୍ ଜିହାଦ୍’ ଦୋଷୀଙ୍କୁ ହୋଇପାରେ ୧୦ ବର୍ଷ ଜେଲ୍, ବିଲ୍ ପାଇଁ ଡ୍ରାଫ୍ଟ ପ୍ରସ୍ତୁତ

ମରୁଭୂମିରେ ରହସ୍ୟମୟ ବସ୍ତୁର ସନ୍ଧାନ, ହେଲିକପ୍ଟର ଉଡାଣ ଆରମ୍ଭ କରିବା ବେଳେ ଦେଖିଲେ ପାଇଲଟ୍