ଓଡ଼ିଶାରେ ପୁଣି କରୋନା ନେଲା ୧୩ ଜୀବନ: ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି

ଭୁବନେଶ୍ୱର ୧୭/୦୯: ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୨୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଆଜି ୧୩ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ଓଡିଶାରେ ୧୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛିି। ସଂପୃକ୍ତ ମୃତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଥିବା ବେଳେ ପୁରୀ ଓ କେନ୍ଦ୍ରପଡ଼ାରୁ ୨ ଜଣ ଲେଖାଏଁ,ବରଗଡ଼, ବଲାଙ୍ଗୀର,କଟକ ଓ ଗଜପତି,କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ଲକ୍ଷ ୭୧ ହଜାର ୩୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୭ ହଜାର ୧୪୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୩୩ ହଜାର ୪୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬୮୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୨୬ ଲକ୍ଷ ୬୭ ହଜାର ୭୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

   ସମ୍ବନ୍ଧିତ ଖବର


ଆଫଗାନିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୨ ପୋଲିସ କର୍ମଚାରୀ ମୃତ

WHO ମୁଖ୍ୟ ହିନ୍ଦୀରେ ଟୁଇଟ କରି ଭାରତକୁ ଧନ୍ୟବାଦ ଦେଲେ, ଜାଣନ୍ତୁ କ’ଣ..

କରୋନା କଟକଣାକୁ ଫୁ… ଭିଡିଓ ଭାଇରାଲ

ସମ୍‌ କୋଭିଡ ହସ୍ପିଟାଲ୍‌ରେ କରୋନାରୁ ସୁସ୍ଥ ହେଲେ ୯୦ ବର୍ଷୀୟ କ୍ୟାନ୍ସର ପୀଡିତ

ସମ୍‌ରେ ନୂତନ ରେନାଲ୍‌ ପାଥୋଲୋଜି ବିଭାଗର ମାଇକ୍ରୋସ୍କୋପ୍‌ ଯନ୍ତ୍ର ଉଦ୍‌ଘାଟିତ

ଜମ୍ମୁ କଶ୍ମୀର ପୁଲଓ୍ବାମାରେ ଏନକାଉଣ୍ଟର, ଟଳିଲେ ଦୁଇ ଆତଙ୍କବାଦୀ …