PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

୨ ଲକ୍ଷ ତଳକୁ ଖସିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୨ ହଜାର ୩୬୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୦୪/୦୬ : ଦେଶରେ ଖସୁଛି କରୋନା ମିଟର। ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୧୩ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୩୨ ହଜାର ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୧୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୫ଲକ୍ଷ ୭୪ ହଜାର ୩୫୦ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୫ ଲକ୍ଷ ୯୭ ହଜାର ୬୫୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୬୩୫୯୯୩ ।

ସମ୍ବନ୍ଧିତ ଖବର