ଓଡ଼ିଶାରେ ପୁଣି ୧୩୩୭ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ

ଭୁବନେଶ୍ୱର,୦୪/୦୮:  ଜୁଆର ଭଳି ମାଡ଼ି ମାଡ଼ି ଚାଲିଛି କରୋନା । ଆକଳନଠାରୁ ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି ।  ଆଜି ରାଜ୍ୟରେ ରେକର୍ଡ ସଂଖ୍ୟାକ ୧୩୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୨୨ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯ ହଜାର ୦୧୮ କୁ ବୃଦ୍ଧି କରିଛି । ପୁଣି କରୋନାରେ ୯ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୮୫୫୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।