ବିଧାନସଭାର ୧୪ ସଦସ୍ୟଙ୍କୁ କରୋନା

ଭୁବନେଶ୍ୱର –  ବିଧାନସଭାରେ ହୋଇଥିବା ଦ୍ୱିତୀୟ ଦିନର କୋଭିଡ ରିପୋର୍ଟ ଆସିଛି।୨ୟ ଦିନ ଟେଷ୍ଟରେ ୧୨ ଜଣ ବିଧାୟକ  କରୋନା ପଜିଟିଭ ସୂଚନା ଆସିଛି । ଗତକାଲି ୨ ବିଧାୟକ ପଜିଟିଭ ଥିବା ରିପୋର୍ଟ ଆସିଥିଲା । ଦୁଇ ମନ୍ତ୍ରୀ  ମଧ୍ୟ କରୋନା ପଜିଟିଭ ଥିବା ସୂଚନା ମିଳିଛି ।

୨ ଦିନରେ ମୋଟ ୧୪ ବିଧାୟକ ଓ ମନ୍ତ୍ରୀ ପଜିଟିଭ୍ ଚିହ୍ନଟ ହେଲେଣି । ଉପବାଚସ୍ପତି ରଜନୀକାନ୍ତ ସିଂ, ମନ୍ତ୍ରୀ ପଦ୍ମିନୀ ଦିଆନ୍, ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ, ବିଧାୟକ ଉମାକାନ୍ତ ସାମନ୍ତରାୟ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଅଶୋକ ବଳ, ଭାଗୀରଥୀ ସେଠୀ, ସୁଶାନ୍ତ ବେହେରା, ନାଉରୀ ନାୟକ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ସୁକାନ୍ତ ନାୟକ କରୋନାରେ ସଂକ୍ରମିତ ହୋଇଛନ୍ତି । କାଲି ପ୍ରମୀଳା ମଲ୍ଲିକ ଓ ଦେବୀ ମିଶ୍ର କରୋନା ପଜିଟିଭ୍ ହୋଇଥିଲେ । କେବଳ ସେମାନେ ନୁହନ୍ତି, ପୂର୍ବରୁ ମଧ୍ୟ କିଛି ବିଧାୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଅନ୍ୟପଟେ ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ। କୋଭିଡ ସମୟରେ ହେବାକୁ ଥିବା ଏହି ଅଧିବେଶନରେ କୋଭିଡ କଟକଣାକୁ କିଭଳି ପ୍ରାଧାନ୍ୟ ଦିଆଯିବ ତାହା ଉପରେ ଗୁରୁତ୍ବ ଦିଆଯାଉଛି।

   ସମ୍ବନ୍ଧିତ ଖବର


ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ଡେଇଁଲା

କରୋନାରେ ମାସ୍କ ପିନ୍ଧୁନଥିବା ବ୍ୟକ୍ତି ଖୁବଶୀଘ୍ର ଦେଖନ୍ତୁ ଏହି ଭିଡିଓ, ଆପଣଙ୍କୁ ଶିଖିବାକୁ ଅଛି ବହୁତ୍ କିଛି …

ବିଶ୍ୱ ସ୍ତରରେ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ରିଙ୍କୁ, ଯୋଗାସନରେ କଲେ ନୂଆ ରେକର୍ଡ

ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପଥରରେ ପିଟି ହୋଇ ବାଇକ ଆରୋହୀ ମୃତ…

ଅନୁଗୁଳରେ ନିରାଡ଼ମ୍ବରରେ ଚାଲିଛି ମାଆଙ୍କର ମହାସପ୍ତମୀ ପୂଜା, କୋଭିଡ କଟକଣା ଭିତରେ 7 ଜଣଙ୍କୁ ନେଇ ହେଉଛି ପୂଜାବିଧି …

ଭଗାମୁଣ୍ଡାରେ କଣ୍ଟେନର ସହ ଟ୍ରକ ମୁହାଁ-ମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର