PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଓଡ଼ିଶାରେ କରୋନା ନେଲା ଆଉ ୧୪ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି

ଭୁବନେଶ୍ୱର,୧୦/୦୮: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୪ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭,୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୩୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧ ହଜାର ୭୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୮୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୬,୯୨୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର