ରାଜ୍ୟରେ ପୁଣି ୧୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୫୯ କୁ ବୃଦ୍ଧି

ଭୁବନେଶ୍ବର ୨୫/୧୦:କରୋନା ସଂକ୍ରମଣ କମିଛି ସତ ମୃତ୍ୟୁରେ ବ୍ରେକ୍‌ ଲାଗୁନି । ରାଜ୍ୟରେ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ । ପ୍ରାଣଘାତୀ କରୋନା କବଳରେ ନିତି ଶତାଧିକ ବ୍ୟକ୍ତି ପଡ଼ୁଥିବା ବେଳେ ରାଜ୍ୟରେ ରେ ନିତି ମୁଣ୍ଡ ଗଡ଼ୁଛି । ଗତ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୮୨ ହଜାର ୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭ ହଜାର ୨୮୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଲକ୍ଷ ୬୪ ହଜାର ୦୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୪୩ ଲକ୍ଷ ୫୪ ହଜାର ୯୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି।

   ସମ୍ବନ୍ଧିତ ଖବର


ଭଲ ଖବର- ସିଙ୍ଗାପୁରରେ କୋଭିଡ୍‌ ଆଣ୍ଟିବଡି ସହ ଜନ୍ମ ହେଲା ଶିଶୁ

ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଜଣେ ଯବାନ ସହିଦ,୧୦ ଗୁରୁତର

ଦିନିକିଆ କ୍ରିକେଟରେ ଟିମ୍‌ ଇଣ୍ଡିଆ ନାମରେ ଅଲୋଡା ରେକର୍ଡ, ୯୭୮ଟି ମ୍ୟାଚ୍‌ ପୂର୍ବରୁ କେବେ ହୋଇ ନଥିଲା ଏମିତି..

୧୦ ଦିନରେ ସରିଲା ଶୀତ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

ଟାଟା ମ୍ୟାଜିକରେ ହଠାତ୍ ଲାଗିଗଲା ନିଆଁ, ଜୀଅନ୍ତା ଜଳି ଦୁଇ ଜଣଙ୍କର ମୃତ୍ୟୁ

ରାଜନୀତିରେ ପୁଣି ପାଦ ରଖିବେ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର, ଆସନ୍ତାକାଲି ଶିବସେନାରେ ହେବେ ସାମିଲ୍‌…