ରାଜ୍ୟରେ କରୋନା ନେଲା ଆଉ ୧୪ ମୁଣ୍ଡ: ମୃତ୍ୟୁସଂଖ୍ୟା ୧୧୩୫କୁ ବୃଦ୍ଧି

ଭୁବନେଶ୍ବର ୧୮/୧୦: ଦିନକୁ ଦିନ ଭୟଙ୍କର ରୂପ ନେଇ ଡରାଇ ଚାଲିଛି କରୋନା । ରାଜ୍ୟରେ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ । ପ୍ରାଣଘାତୀ କରୋନା କବଳରେ ନିତି ଶତାଧିକ ବ୍ୟକ୍ତି ପଡ଼ୁଥିବା ବେଳେ ରାଜ୍ୟରେ ରେ ନିତି ମୁଣ୍ଡ ଗଡ଼ୁଛି । ଗତ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୩୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁରରୁ ଜଣେ ଲେଖାଏଁ  ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୬୮ ହଜାର ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ହଜାର ୯୪୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଲକ୍ଷ ୪୪ ହଜାର ୨୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୩୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୪୦ ଲକ୍ଷ ୪୩ ହଜାର ୩୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି।

   ସମ୍ବନ୍ଧିତ ଖବର


ଚିନ୍ତାର କଥା ! ପରୀକ୍ଷଣ ସମୟରେ କରୋନା ଟିକାରେ ହେଲା ମୃତ୍ୟୁ…

କରୋନାରୁ ରକ୍ଷା କରିବ ଏହି ‘ଛତୁ’–ଷ୍ଟାର୍ଟ ଅପ୍‌ କମ୍ପାନୀ ତିଆରି କଲେ ଇମ୍ୟୁନିଟି ବୁଷ୍ଟର

କରୋନା ଭୟରେ ଏହି ଦେଶରେ ବନ୍ଦ ହେଲା ମାଛ ମାର୍କେଟ୍, ଲାଗିଲା କର୍ଫ୍ୟୁ

ଏହି ଦେଶର ରାଜା ନିଜ କୁକୁରକୁ କଲେ ଏୟାରଫୋର୍ସ ଚିଫ୍,୨୦ ସେକ୍ସ ସୋଲଜରଙ୍କ ସହ ବିଦେଶରେ ବିତାଉଛନ୍ତି ବିଳାସପୂର୍ଣ୍ଣ ଜୀବନ

ଭାରତକୁ ଆସିବା ପାଇଁ ସମସ୍ତଙ୍କୁ ଅନୁମତି ଦେଲା ଗୃହମନ୍ତ୍ରଣାଳୟ, କେବଳ ଏମାନଙ୍କ ପ୍ରବେଶ ଉପରେ ରହିଛି କଟକଣା

ଇଜ୍ଜତ ନେବି ବଦନାମ୍ କରିବି ‘ଶହେ କିଲୋମିଟର ଦୂରରୁ ଏମିତି ଧମକ ଦେଉଛି ଦୁର୍ବୃତ୍ତ’ ଅଥଚ- ଆତଙ୍କିତ ବିଧବା ମହିଳାଙ୍କୁ ମିଳୁନି ପୋଲିସ୍ ସୁରକ୍ଷା