ରାଜ୍ୟରେ ଆଉ ୧୪ କରୋନା ପଜିଟିଭ ଚିହ୍ନଟ : ସଂକ୍ରମିତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

ଭୁବନେଶ୍ବର ୦୯/୫:ଏପ୍ରିଲ ଶେଷ ସପ୍ତାହ ପର୍ଯ୍ୟନ୍ତ ଆଶ୍ୱସ୍ତ ଦିଶୁଥିବା ଓଡ଼ିଶାରେ ଅଚାନକ ସ୍ଥିତି ଭୟାନକ ରୂପ ନେଇଛି। ସପ୍ତାହକ ଭିତରେ ଚିତ୍ର ପୂରା ବଦଳିଯାଇଛି । ଏବେ ହୁ ହୁ ହୋଇ ମାଡ଼ି ଚାଲିଛି କରୋନା। ଆଜି ରାଜ୍ୟରେ ଆଉ ୧୪ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୪ କୁ ବୃଦ୍ଧି।ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।

ଗତକାଲି ରାଜ୍ୟରେ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କେବଳ ଗଞ୍ଜାମରୁ ୪୩ ଜଣ କରୋନା ଆକ୍ରାନ୍ତ ବାହାରିଛନ୍ତି । କେନ୍ଦ୍ରାପଡ଼ାରୁ ୫, ଭଦ୍ରକରୁ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କ ମଧ୍ୟରୁ ୫୧ ଜଣ ସୁରଟ ଫେରନ୍ତା ଓ ଜଣେ କେରଳରୁ ଆସିଥିବା ଜଣାପଡ଼ିଛି ।

ଆଜିର ଆଉ ୧୪ କରୋନା ପଜିଟିଭ୍‌କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ଛୁଇଁଛି ୨୮୪ । ପ୍ରଥମେ ପଶ୍ଚିମବଙ୍ଗ ଓ ପରେ ସୁରଟ ଫେରନ୍ତାଙ୍କୁ ନେଇ ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୮୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୯ ଆକ୍ଟିଭ କେସ୍‌ ରହିଥିବା ବେଳେ ୬୩ଜଣ ସୁସ୍ଥ ହୋଇସାରିଛନ୍ତି । କରୋନାରେ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

   ସମ୍ବନ୍ଧିତ ଖବର


ଏଥର ଦଶହରାରେ ଶୁଖିଲା ରହିବ ପାଗ: ୨୯ କିମ୍ବା ୩୦ରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା

ବେଣୁଙ୍କ ବିଧାନସଭା ସ୍ୱପ୍ନ ସାକାର ପାଇଁ ରିକ୍ସାରେ ପ୍ରଚାର କଲେ ରାଣୀ ପଣ୍ଡା

ଜୟପୁର ପୋଲିସ୍‌କୁ ବଡ଼ ସଫଳତା: ଗଞ୍ଜେଇ ରାକେଟର କଲା ପର୍ଦ୍ଦାଫାସ, ୫ ଗିରଫ

ମାନବିକତାର ପରିଚୟ ଦେଲେ କୈଳାଶ, ଏଟିଏମରେ ଛାଡ଼ି ଯାଇଥିବା ଟଙ୍କାକୁ ଆତ୍ମସାତ୍‌ ନକରି ସୋସିଆଲ ମିଡିଆରେ ଜଣାଇଲେ

ନିଖୋଜ ହୋଇଯାଇଛି ବହୁ ଚର୍ଚ୍ଚିତ ନାବାଳିକା ଗଣ ଦୁଷ୍କର୍ମ ସହ ବେଆଇନ ଗର୍ଭପାତ କରାଯାଇଥିବା ପୀଡିତା

ଜେଲରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ମାଡ଼, ଅଭିଯୋଗ ଆଣିଲେ ଓକିଲ