ସହରର ପୁଣି ୭ଟି ସ୍ଥାନରେ ୧୪୪ ଧାରା ଲାଗୁ, ସଂକ୍ରମଣକୁ ଦୃଷ୍ଟିରେ ରଖି ପଦକ୍ଷେପ

ସମ୍ବଲପୁର ୧୩।୮: ସମ୍ବଲପୁର ସହରର ପୁଣି ୭ଟି ସ୍ଥାନରେ ଲାଗୁ ହେଲା ୧୪୪ ଧାରା । ଆଜିଠାରୁ ୧୭ ତାରିଖ ପର୍ଯ୍ୟନ୍ତ ୭ଟି ସ୍ଥାନରେ ୧୪୪ ଧାରା ଲାଗୁ ହୋଇଛି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାର ଦେଖି ଏଭଳି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ ।

ତେବେ ୧୪୪ଧାରା ଜାରି ହୋଇଥିବା ସ୍ଥାନ ଗୁଡିକ ହେଲା ଖେତରାଜପୁରର କଡାମାଲ, ଖେତରାଜପୁରର କଲ୍ୟାଣୀ ରେସିଡେନ୍ସି , ମୋଦିପଡାର ଦେଉଳବନ୍ଧ, ଚର୍ଚ୍ଚ ସାମ୍ନାର ଖ୍ରୀଷ୍ଚିଆନ ପଡା,  ବୁଢାରଜାର ଶାନ୍ତି ନଗର, ପେନସନପଡା, ଦୁର୍ଗାପାଲିର ତଳି ପଡା । ଏହି ୭ଟି ଅଂଚଳରେ ୧୪୪ ଧାରା ଲାଗୁ ହୋଇଛି । ଅଞ୍ଚଳର ୧୦୦ ମିଟର ବ୍ୟାସାର୍ଦ୍ଧ ଭିତରେ ସାଧାରଣ ଲୋକଙ୍କୁ ପ୍ରବେଶ କରିବା ପାଇଁ ମନା କରାଯାଇଛି । କେତେକ କଟକଣା ମଧ୍ୟ ଜାରି କରାଯାଇଛି । ଯଦି କେହି କଟକଣା ନମାନନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି ।

   ସମ୍ବନ୍ଧିତ ଖବର


ଓଭର ଟେକ୍‌କୁ ନେଇ ବଚସା, ବସ୍‌ ଉପରକୁ ଗୁଳିମାଡ଼ କରି ଫେରାର ଦୁଇ ଯୁବକ ଓ ଯୁବତୀ

ମୃତ୍ୟୁର ତାଣ୍ଡବ ରଚିଲା ଇଣ୍ଟରସିଟି ଏକ୍ସପ୍ରେସ୍, ଚାଲିଗଲା ୩୧ ମଇଁଷିଙ୍କ ଜୀବନ

୧୦ ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ, ଆରମ୍ଭ ହେବ କୁମ୍ଭୀର ଗଣନା

କନଷ୍ଟେବଳଙ୍କୁ ମହଙ୍ଗା ପଡିଲା ପରକୀୟା ପ୍ରୀତି: ଅବିବାହିତ କହି ଯୁବତୀଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ, ଫେରାର କର୍ମଚାରୀକୁ ବାନ୍ଧିଲା ପୁଲିସ୍

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା କାର୍, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ହିରୋ ସୋରୁମ୍‌ ଦମ୍ପତି

ଫ୍ୟାନ୍‌ରେ ଝୁଲିପଡିଲେ ନାବାଳିକା, ମୃତ୍ୟୁର କ’ଣ ରହିଛି କାରଣ…