କରୋନାରେ ଆଉ ୧୫ ସଂକ୍ରମିତଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୭୩୬ରେ ପହଞ୍ଚିଲା

ଭୁବନେଶ୍ବର ୨୩।୯: କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୫୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୫୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୩୨୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୨୯୦୫୭୩୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   ସମ୍ବନ୍ଧିତ ଖବର


ବିଶ୍ୱ ସ୍ତରରେ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ରିଙ୍କୁ, ଯୋଗାସନରେ କଲେ ନୂଆ ରେକର୍ଡ

ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପଥରରେ ପିଟି ହୋଇ ବାଇକ ଆରୋହୀ ମୃତ…

ଅନୁଗୁଳରେ ନିରାଡ଼ମ୍ବରରେ ଚାଲିଛି ମାଆଙ୍କର ମହାସପ୍ତମୀ ପୂଜା, କୋଭିଡ କଟକଣା ଭିତରେ 7 ଜଣଙ୍କୁ ନେଇ ହେଉଛି ପୂଜାବିଧି …

ଭଗାମୁଣ୍ଡାରେ କଣ୍ଟେନର ସହ ଟ୍ରକ ମୁହାଁ-ମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବନ୍ଧୁକ ମୁନରେ ବିଲ୍‌ଡର୍‌ଙ୍କୁ ୨୦ ଲକ୍ଷ ବଟି ଧମକ: ୨ ଅଭିଯୁକ୍ତ ଗିରଫ, ଦୁଇ ମାଉଜର ଓ ଗାଡ଼ି ଜବତ

ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ କରୋନା