PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଠାବ
  • ||
  • ନୟାଗଡ଼: କଟକ ଅବକାରୀ ଗୋଇନ୍ଦା ବିଭାଗ ଦ୍ବାରା ୨କିଲୋ ୩୦୦ଗ୍ରାମ ଅଫିମ ଜବତ, ଜଣେ ଗିରଫ
  • ||
  • ପୁରୀ: ଶ୍ରୀମନ୍ଦିର ସହ ଜଡ଼ିତ ୨୩ଜଣ କରୋନା ପଜିଟିଭ୍ ଚିହ୍ନଟ : ସେବାୟତଙ୍କ ସମେତ ଏକାଧିକ କର୍ମଚାରୀ ସଂକ୍ରମିତ
  • ||
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ: ୧୬ଟି ପ୍ରସ୍ତାବରେ ଲାଗିଲା ମୋହର, ମିଶନ ଶକ୍ତି ହେବ ନୂଆ ବିଭାଗ

ଭୁବନେଶ୍ବର, ୦୬/ ୦୩: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମୋଟ୍‌ ୧୬ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି।

ସାଧାରଣ ପ୍ରଶାସନ, କୃଷି. ଶକ୍ତି, ଅବକାରୀ, ସାମାଜିକ ସୁରକ୍ଷା ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏଥିସହିତ ମିଶନ ଶକ୍ତି ନାମରେ ଏକ ନୂଆ ବିଭାଗ ସୃଷ୍ଟିକୁ କ୍ୟାବିନେଟ୍‌ ଅନୁମୋଦନ ମିଳିଛି।

ବାଲେଶ୍ବର ଜିଲ୍ଲା ରେମୁଣା ତହସିଲ୍‌ ଅଧିନରେ ୨୫ ଏକର ଜମିରେ ଏମ୍ସ ସାଟେଲାଇଟ୍‌ ସେଣ୍ଟର ନିର୍ମାଣକୁ କ୍ୟାବିନେଟ ମୋହର ମଧ୍ୟ ମିଳିଛି। ଏଥିସହିତ ରାଜ୍ୟ ବିହନ ନିଗମକୁ ୧୦୦ କୋଟି ଟଙ୍କାର କର୍ପସ ଫଣ୍ଡ ପ୍ରଦାନ କରିବା ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ନେଇଛି।

ଅପରପକ୍ଷେ ୧୦ଟି ଗ୍ରାମୀଣ ପାଇପ୍‌ ପାଣି ଯୋଗାଣ କାର୍ଯ୍ୟକୁ ମଧ୍ୟ କ୍ୟାବିନେଟ୍‌ ମୋହର ମିଳିଛି। ଆଳି, ଭିତରକନିକା, ଚିଲିକା, ଟାଙ୍ଗୀ, ବାଣପୁର, ଖୋର୍ଦ୍ଧା, ଜଟଣୀ, ଗନ୍ଦିଆଁ, ଭୁବନ, ଗୋଲମୁଣ୍ଡା, ଯାଜପୁର ଓ ବିଞ୍ଜାରପୁର ବ୍ଲକରେ ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ସ୍କିମରେ ନିର୍ମାଣ କାର୍ଯ୍ୟ କରାଯିବ ବୋଲି ସୂଚନା ରହିଛି।