PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୭୦୩ ଜଣ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୮/୦୭ : ଓଡ଼ିଶାରେ ଖସିଲା କରୋନା ଗ୍ରାଫ୍। ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୭୦୩ ଜଣ କରୋନା ସଂକ୍ରମିତ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୧୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୬ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୨ ହଜାର ୫୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୭ ହଜାର ୪୧୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୯ ହଜାର ୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର