PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ରାଜ୍ୟରେ ଆଉ ୧୭୩୪ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ପାର୍

ଭୁବନେଶ୍ୱର,୦୯/୦୮: କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏବେ ଲଗାତାର ଭାବରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ସାଧାରଣରେ ଭୟ ସୃଷ୍ଟି ହେଲାଣି । ଅନ୍ୟ ପଟେ ପ୍ରତିଦିନ ଘାତକ କରୋନା ମୁଣ୍ଡ ନେବାରେ ଲାଗିଛି। ଫଳରେ  ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି ।  ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୭୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୫୯ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫ ହଜାର୯୨୭ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଓଡ଼ିଶାର ୨୯ଟି ଜିଲ୍ଲାରୁ ୧୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩୪୨ ଜଣ ଥିବା ବେଳେ ଗଞ୍ଜାମରୁ ୨୨୨ ଜଣ, କଟକରୁ ୧୭୭ , ସୁନ୍ଦରଗଡ଼ରୁ ୧୨୬ ଜଣ, ନୟାଗଡ଼ରୁ ୧୦୬ ଜଣ, ଗଜପତିରୁ ୮୫ ଜଣ, ବାଲେଶ୍ବରରୁ ୭୩ ଜଣ, କୋରାପୁଟରୁ ୬୦ ଜଣ, କନ୍ଧମାଳରୁ ୫୯ ଜଣ, ଭଦ୍ରକରୁ ୫୮ ଜଣ, ପୁରୀରୁ ୫୫ ଜଣ, ମାଲକାନଗିରିରୁ ୫୨ ଜଣ, ବରଗଡ଼ରୁ ୫୧ ଜଣ, ଯାଜପୁରରୁ ୩୮ ଜଣ, ମୟୂରଭଞ୍ଜରୁ ୩୫ ଜଣ, ଢ଼େଙ୍କାନାଳରୁ ୨୯ ଜଣ, କେନ୍ଦୁଝରୁ ୨୭ ଜଣ, କଳାହାଣ୍ଡିରୁ ୨୪ ଜଣ, ନୂଆପଡ଼ାରୁ ୨୨ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ବଲପୁରରୁ ୧୪ ଜଣ, ନବରଙ୍ଗପୁରରୁ ୧୩ ଜଣ, ସୋନପୁରରୁ ୧୩ ଜଣ, ଜଗତସିଂହପୁରରୁ ୧୨ ଜଣ, ଝାରସୁଗୁଡା ଓ ବଲାଙ୍ଗୀରରୁ ୬ ଜଣ ଲେଖାଏଁ, ଦେବଗଡ଼ରୁ ୫ ଜଣ, ଅନୁଗୁଳରୁ ୪ ଜଣ ଓ କେନ୍ଦ୍ରାପଡ଼ାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫,୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୬୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦ ହଜାର ୨୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫,୦୧୮୩ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।