PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍: ୨୪ ଘଣ୍ଟାରେ ୧୯୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୨୯/୧୧: ଓମିକ୍ରନ୍ ମାଡି ଆସୁଛି । ପୂର୍ବଠାରୁ ଅଧିକ ଭୟଙ୍କର ରୂପ ନେଇ ଆସୁଛି କରୋନା ।୧୦ରୁ ଅଧିକ ଦେଶରେ ସଂକ୍ରମଣ ବ୍ୟାପିଲାଣି । କେବେ ବି ଭାରତରେ ଠାବ ହୋଇପାରେ କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ୍‌’ । ଏହାକୁ ଦୁଷ୍ଟିରେ ରଖି ରାଜ୍ୟ ସରକାର ପୁଣି ଥରେ ତତ୍ପର ହୋଇପଡିଛନ୍ତି। ଟେଷ୍ଟି, ଟ୍ରାକିଂ, ଟ୍ରିଟମେଣ୍ଟ ଓ ଟିକାକରଣ ଜୋରଦାର କରାଯାଇଛି। କୋଭିଡ କଟକଣା ଉଲ୍ଳଂଘନକାରୀଙ୍କୁ ରୋକ ଲଗାଇବା ପାଇଁ ନୂଆ ଗାଇଡ଼ଲାଇନ୍ ସହ ଜରିମାନା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହିତ ବିଦେଶ ଫେରନ୍ତାଙ୍କୁ ଉପରେ ସ୍ବତନ୍ତ୍ର ନଜର ରଖାଯାଇଛି।

ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ଗ୍ରାଫ୍ । ୨୪ ଘଣ୍ଟାରେ ୧୯୭ ନୂଆରୋଗୀ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୨୫ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୮୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୮୮୮୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯୪ ଜଣ, ସମ୍ବଲପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ମୟୂରଭଞ୍ଜରୁ ୯ ଜର, ଯାଜପୁରରୁ ୮ ଜଣ, କଟକରୁ ୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, ଢ଼େଙ୍କାନାଳରୁ ୪ ଜଣ, ଭଦ୍ରକ, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଁଏ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼,ଗଞ୍ଜାମ, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍‌ରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୬୭୭୭୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।