ଓଡିଶାରେ କରୋନା ନେଲା ଆଉ ଦୁଇ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ୱର ୩୦/୦୬: ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଗଞ୍ଜାମ ଜିଲ୍ଲାର ୪୮ ଓ ୩୯ ବର୍ଷୀୟ ମହିଳା କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।

ଆଜି ଗଞ୍ଜାମ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ସୋମବାର ଦିନ ଗଞ୍ଜାମ ଜିଲ୍ଲରୁ ୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା

ଉଲ୍ଲେଖଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲାରେ ୧୩୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବଂ ୪୦୪ ଜଣଙ୍କ କୋଭିଡ୍ ହସ୍ପିଟାଲରେ ଚିକିତ୍ସା ଚାଲିଛି। କରୋନା ଯୋଗୁଁ ଜିଲ୍ଲାରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି।

   ସମ୍ବନ୍ଧିତ ଖବର


ଭାରତର ହିନ୍ଦୁତ୍ୱ ଜୀବନ ଶୈଳୀକୁ ମାନିଲେ ବ୍ରିଟେନ୍‌ର ରାଜକୁମାର

୧୨ ଶହ ଠେଲା ଗାଡି ଅଚଳ , ଦୁର୍ଦ୍ଦିନରେ ଅଢ଼େଇ ହଜାର ରିକ୍ସାବାଲା

ସିଲିଗୁଡ଼ି ପୁଲିସର ସୋରିଷ ତେଲ ଥେରାପି – କରୋନା ବିରୋଧରେ ନୂଆ ଅସ୍ତ୍ର କହି ଖାଦ୍ୟରେ ବ୍ୟବହାର ପାଇଁ ନିର୍ଦ୍ଦେଶ

ମୁଣ୍ଡିଆ ମାରିଥିଲେ ବି ଶିଶୁ ବିଶେଷଜ୍ଞ ଆସିନଥିଲେ , ଚିକିତ୍ସା ଅଭାବରୁ ନବଜାତକର ମୃତ୍ୟୁ!

ନୂଆପଡାରେ ନିର୍ମାଣାଧୀନ ବ୍ରିଜରେ ଝୁଲିଲା ଟ୍ରକ୍‌, ଡ୍ରାଇଭର ଗୁରୁତର

ରହସ୍ୟ ଘେରରେ ବନ୍ଦ ଘର ! ସାଢ଼େ ତିନି ବର୍ଷ ଧରି ଝୁଲୁଛି ତାଲା