PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୨ ମୃତଦେହ ଉଦ୍ଧାର


ପାଟଣାଗଡ,୨/୬(ଆପ୍ର) ପାଟଣାଗଡ ପଦ୍ମପୁର ମୂଖ୍ୟ ରାସ୍ତା ଝୁଲେନବର ଓ ପାଢେଲ ଗ୍ରାମ ମଝିରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଆମ୍ବୁଲାନ୍ସରୁ ୨ଟି ମୃତଦେହ ଉଦ୍ଧାର ହୋଇଛି । ମୃତକ ମାନେ ହେଲେ ତୁରେକେଲା ବ୍ଲକ ଅନ୍ତର୍ଗତ ଲର୍କି ଗ୍ରାମର ବିପିନ ସେଠ ଏବଂ ତାଙ୍କ ପତ୍ନୀ ସାଏବାନୀ ସେଠ । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତ୍ରିରେ ଏହି ଦୁର୍ଘଟଣା ହୋଇଛି ।

ସାଏବାନୀ ପାରାଲିସିସ ରୋଗରେ ପୀଡିତ ଥିଲେ ଏବଂ ଗତ କିଛି ଦିନ ହେବ ବୁର୍ଲା ଡାକ୍ତରଖାନାରେ ଚିକିତ୍ସତ ହେଉଥିଲେ । ଗତକାଲି ଚିକିତ୍ସତ ଅବସ୍ଥାରେ ବୁର୍ଲା ଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ସାଏବାନୀଙ୍କ ମୃତ ଶରୀରକୁ ନେଇ ତାଙ୍କ ସ୍ୱାମୀ ବିପିନ ଏକ ଆମ୍ବୁଲାନ୍ସ ଓଡି-୧୫-୨୮୫୫ ମାଧ୍ୟମରେ ନିଜ ଘରକୁ ଫେରୁୁଥିବା ସମୟରେ କୌଣସି କାରଣ ବଶତଃ ଆମ୍ବୁଲାନ୍ସଟି ଏକ ଗଛରେ ପିଟି ହୋଇଥିଲା । ଦୁର୍ଘଟଣାରେ ଆମ୍ବୁଲାନ୍ସ ଆଗ ପଟେ ବସିଥିବା ବିପିନଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆମ୍ବୁଲାନ୍ସ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଆଜି ସକାଳେ ପାଟଣାଗଡ ପୋଲିସ ଏବଂ ଦମକଳ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଂଚି ଦୁଇଟି ମୃତ ଶରୀର ଉଦ୍ଧାର କରିଛନ୍ତି ।