PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର: ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||
  • ଆଇପିଏଲ-୧୪: ଆଜି ଖେଳାଯିବ ଦୁଇଟି ମ୍ୟାଚ୍, କୋହଲି-ମୋର୍ଗାନ ଓ ରାହୁଲ-ପନ୍ଥ ମଧ୍ୟରେ ଲଢେ଼ଇ
  • ||
  • ଭୁବନେଶ୍ୱର : ବଦଳିଲା ମୋ ବସ୍‌ ଚଳାଚଳ ସମୟ। ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍
  • ||
  • ଭୁବନେଶ୍ୱର: ରମାଦେବୀ ଛାତ୍ରୀନିବାସରୁ ୪ ଛାତ୍ରୀ କରୋନା ପଜିଟିଭ୍, ୧୯ ତାରଖ ପୂର୍ବରୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ‌
  • ||
  • ରାଜ୍ୟକୁ ପୁଣି ଫେରିବ ତାତି, ସପ୍ତାହେ ପର୍ଯ୍ୟନ୍ତ ଛଟପଟ କରିବ ଗ୍ରୀଷ୍ମ ପ୍ରକୋପ
  • ||

ଆଜି ଭାରତ ବନ୍ଦ: ରାଜଧାନୀକୁ ଜଗିଛନ୍ତି ୨୦ ପ୍ଲାଟୁନ୍ ପୁଲିସ୍‌ ଫୋର୍ସ

ଭୁବନେଶ୍ୱର,୨୬/୦୨: ଜିଏସ୍‌ଟିର ବିଭିନ୍ନ ସଂଶୋଧିତ ନିୟମକୁ ବିରୋଧ କରି ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଶୁକ୍ରବାର ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି । ରାଜ୍ୟ ବ୍ୟବସାୟୀ ମହାସଂଘ ଏହି ବନ୍ଦକୁ ସମର୍ଥନ କରିବ ବୋଲି ଘୋଷଣା କରିଛି । ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୁଲିସ୍‌ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଭୁବନେଶ୍ୱର ଓ ଏହାର ଉପକଣ୍ଠ ପାଇଁ ୨୦ ପ୍ଲାଟୁନ୍‌ ପୁଲିସ୍‌ ଫୋର୍ସ ବ୍ୟବସ୍ଥା କରାଯାଇଛି । ସହରର ବିଭିନ୍ନ ଛକ ଓ ପ୍ରମୁଖ ସ୍ଥାନରେ ଏସିପି ଓ ଇନ୍‌ସପେକ୍ଟରମାନେ ମୁତୟନ ହୋଇଛନ୍ତି। ତା’ଛଡା ବିଧାନସଭା ଏବଂ ଲୋକସେବା ଭବନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଆନ୍ଦୋଳନକାରୀ ନିୟମ ବାହାରକୁ ଯାଇ ଉତ୍ପାତ କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଲୋକଙ୍କ ଯାତାୟାତରେ କୌଣସି ବାଧା ଦେବନି ବ୍ୟବସାୟୀ ସଂଘ । ହେଲେ କୌଣସି ଦୋକାନ ବଜାର ଖୋଲିବ ନାହିଁ ।