ରାଜ୍ୟରେ ଆଉ ୨୦୬ କରୋନା ପଜିଟିଭ୍‌ ଚିହ୍ନଟ୍: ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ଡେଇଁଲା

ଭୁବନେଶ୍ବର ୩୦/୦୬: ରାଜ୍ୟରେ କରୋନା କାୟା ବିସ୍ତାର କରି ଚାଲିଛି । ସଂକ୍ରମିତଙ୍କ ସଂଖ୍ୟା ଏବେ ଦ୍ରୁତ ଉପରମୁହାଁ। ଓଡ଼ିଶାରେ କରୋନାର ଲମ୍ବା ପାହୁଣ୍ଡକୁ ନେଇ ସରକାର ଚିନ୍ତାରେ। ଆଜି ରାଜ୍ୟରେ ସର୍ବାଧିକ ୨୧ଟି ଜିଲ୍ଲାରୁ ୨୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୯୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪ ରୋଗୀ ସ୍ଥାନୀୟ ସଂକ୍ରମିତ। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ କୁ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସହିତ ଏନ୍‌ଡିଆର୍‌ଏଫ୍‌ ଜଣେ ଯବାନ ସଂକ୍ରମିତ ହୋଇଛନ୍ତି।

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୨୦୬ ସଂକ୍ରମିତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୨୮ଜଣ, କୋରାପୁଟ ଜିଲ୍ଲାରୁ ୧୮ ଜଣ, କଟକ ଓ ଜଗତସିଂହପୁର ଜିଲ୍ଲାରୁ ୧୭ଜଣ ଲେଖାଏଁ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, ଦେବଗଡ଼ ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରୁ ୬ଜଣ ଲେଖାଏଁ, ବାଲେଶ୍ବର ଜିଲ୍ଲାରୁ ୫ଜଣ, ଭଦ୍ରକ, ଢ଼େଙ୍କାନାଳ, କେନ୍ଦ୍ରପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ, ଗଞ୍ଜାମ ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ବୌଦ୍ଧ, ନୟଗଡ଼ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନା ମୁତାବିକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ଜ ୭୦୬୫ ଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୦୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୨୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   ସମ୍ବନ୍ଧିତ ଖବର


ସାଲେପୁର ବିଧାୟକଙ୍କୁ କରୋନା ସୂଚନା- ଚିକିତ୍ସା ପାଇଁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି

କରୋନା ଭାକସିନ୍‌କୁ ନେଇ ସସପେନସ୍‌ ଜାରି- ଆସନ୍ତା ବର୍ଷ ଆସିପାରେ ବୋଲି କହିଲେ ILS ର ନିର୍ଦ୍ଦେଶକ ଅଜୟ ପରିଡା

ସିଲ୍‌ ହେଲା ଭୁବନେଶ୍ୱର ଆର୍‌ଟିଓ ଅଫିସ୍‌- ଆଇସିଆସିଆଇ ବ୍ୟାଙ୍କ ମୁଖ୍ୟ ଶାଖା ସିଲ୍‌

ଭୁବନେଶ୍ୱର ଆରଟିଓ ଅଫିସରୁ ୩ କରୋନା ପଜିଟିଭ୍ ଚିହ୍ନଟ

ବାହା ଚିତା ଲିଭିନି ଜଳିଲା ଜୁଇ- ନବ ବିବାହିତାଙ୍କୁ ହତ୍ୟା ଅଭିଯୋଗ

ମହିଳା ସହକର୍ମୀଙ୍କୁ ଡାଇରେକ୍ଟରଙ୍କ ଯୌନ ନିର୍ଯାତନା ମାମଲାରେ ପାଲଟା ଅଭିଯୋଗ ଆଣିଲେ ଖୋଦ୍‌ ଡାଇରେକ୍ଟର