ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩୮ ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୯୬୧କୁ ବୃଦ୍ଧି

ଭୁବନେଶ୍ୱର ୨୨ /୧୧:  ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ଦିନକୁ ଦିନ ତଳମୁହାଁ ହେବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ଖସି ଆସିଛି । ଆଶ୍ୱସ୍ତିର କଥା ହେଉଛି, ଟେଷ୍ଟିଂ କମିନଥିଲେ ମଧ୍ୟ ସକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇ ଚାଲିଛି । କିନ୍ତୁ ନଭେମ୍ବର ଅଧା ସରିଲାଣି କୋଭିଡ୍ ମୃତ୍ୟୁରେ ଲାଗୁନି ବ୍ରେକ୍‌ । ୨୪ ଘଣ୍ଟା ରାଜ୍ୟରେ ୨୯ ଟି ଜିଲ୍ଲାରୁ ୬୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୩୭୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୬୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୯୬୧ କୁ ବୃଦ୍ଧି କରିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୬୩୮ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୦ ଜଣ, ମୟୂରଭଞ୍ଜରୁ ୬୫ ଜଣ, ଜଗତସିଂହପୁରରୁ ୫୦ ଜଣ, ସୁନ୍ଦରଗଡ଼ରୁ ୪୬ ଜଣ, ଅନୁଗୁଳରୁ ୪୦ ଜଣ, କଟକରୁ ୩୯ ଜଣ,କେନ୍ଦ୍ରାପଡ଼ାରୁ ୩୩ ଜଣ, କେନ୍ଦୁଝରରୁ ୩୧ ଜଣ, ଯାଜପୁରରୁ ୨୯ ଜଣ, ବରଗଡ଼ରୁ ୨୭ ଜଣ, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ ଲେଖାଏଁ, ବାଲେଶ୍ବର ଓ କଳାହାଣ୍ଡିରୁ ୨୧ ଜଣ ଲେଖାଏଁ,ନବରଙ୍ଗପୁରରୁ ୧୩ ଜଣ, ପୁରୀ ଓ କୋରାପୁଟରୁ ୯ ଜଣ ଲେଖାଏଁ, ଗଞ୍ଜାମରୁ ୮ ଜଣ, ଭଦ୍ରକରୁ ୭ ଜଣ, ନୟାଗଡ଼ ଓ ଦେବଗଡ଼ରୁ ୫ ଜଣ ଲେଖାଏଁ, ବୌଦ୍ଧ, ନୂଆପଡ଼ା ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, କନ୍ଧମାଳରୁ ୩ ଜଣ, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଓ ଷ୍ଟେଟ୍ ପୋଲ୍‌ରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୧୩ ହଜାର ୯୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭ ହଜାର ୩୬୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୦୪ ହଜାର ୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୬୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୫୫ ଲକ୍ଷ ୬୩ ହଜାର ୯୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି।

   ସମ୍ବନ୍ଧିତ ଖବର


ଅନ୍ନଦାତା ମେଣ୍ଟାଇଲେ କ୍ଷୁଧା: ଆନ୍ଦୋଳନକାରୀ କୃଷକ ପୋଲିସକୁ ପିଆଇଲେ ପାଣି, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଙ୍ଗନା ମାମଲାରେ ଉଦ୍ଧବ ସରକାରଙ୍କୁ ବମ୍ବେ ହାଇକୋର୍ଟଙ୍କ କଡ଼ା ସମାଲୋଚନା, ଅଫିସ ଭାଙ୍ଗିବା ପାଇଁ ବିଏମସିକୁ ଦେବାକୁ ପଡିବ କ୍ଷତିପୂରଣ…

ନାଗାର୍ଜୁନ ବେଶ ଓଲାଗି ପରେ ଭକ୍ତଙ୍କୁ ମିଳିବ ଅବଢ଼ା: ୧୫ ହଜାର ଭକ୍ତଙ୍କ ପାଇଁ ଅବଢ଼ା ସେବା

ହ୍ବାଟସଆପ୍ ମେସେଜରେ ଆସୁଥିବା ଏହି ଲିଙ୍କ୍ ଉପରେ ଭୁଲରେ ବି କରନ୍ତୁନି କ୍ଲିକ୍, ସରକାର ଜାରି କଲେ ଚେତାବନୀ

ଆଗାମୀ ଦିନରେ ପିଲାଙ୍କ ସିଲାବସ୍‌ରେ ସାମିଲ ହେବ ‘ସାଇବର୍‌ ସିକ୍ୟୁରିଟି’ ବିଷୟ : ବିଦ୍ୟାଳୟସ୍ତରରୁ ଆରମ୍ଭ ହେବ ସଚେତନତା

କରୋନା ଟିକା ପ୍ରସ୍ତୁତି ଦେଖିବେ ମୋଦି: ଶନିବାର ଦିନ ହାଇଦ୍ରାବାଦ, ପୁନେ ଓ ଅହମ୍ମଦାବାଦ ଯିବେ ପ୍ରଧାନମନ୍ତ୍ରୀ