୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର ୧/୯ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସିବେ । ସେପ୍ଟେମ୍ବର ୨୭ ଓ ୨୮ ଦୁଇ ଦିନିଆ ଗସ୍ତରେ ଆସି ଏକ ଶିକ୍ଷାନୁଷ୍ଠାନର କାର୍ଯ୍ୟକ୍ରମରେ ଯୋଗଦେବେ । ୨୭ ତାରିଖରେ ଭୁବନେଶ୍ୱରରେ ପହଞ୍ଚି ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି ।

ଏଥିପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସୁରକ୍ଷା ବ୍ୟବସ୍ଥାଠୁ ଆରମ୍ଭ କରି ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ବିଭିନ୍ନ ବିଭାଗକୁ କୁହାଯାଇଛି । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ଗତବର୍ଷ ଆଇଆଇଟି ସମାବର୍ତ୍ତନ ସମାରୋହରେ ସେ ଯୋଗଦେବାକୁ ଓଡ଼ିଶା ଆସିଥିଲେ ।

   ସମ୍ବନ୍ଧିତ ଖବର


ରାଜ୍ୟରେ ପୁଣି ୧୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୫୯ କୁ ବୃଦ୍ଧି

ପୁଣି ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ଡେଇଁଲା

ବାଇକ୍ ଆ​ରୋହୀ ଉପରେ ଚଢ଼ିଗଲା ୧୮ ଚକିଆ ଟ୍ରକ, ଯୁବକ ମୃତ

୨୪ ଘଣ୍ଟା ଭିତରେ ଓଡିଶାରୁ ଫେରିଯିବ ମୌସୁମୀ: ରାଜ୍ୟରେ କାଁ ଭାଁ ବର୍ଷା ସମ୍ଭାବନା

ଚୋରା ଦେଶୀ ଓ ବିଦେଶୀ ମଦ ଜବତ, ଦୁଇ ଗିରଫ

ସୁନା ବନ୍ଧକ ନାଁରେ ଠକେଇ: ୨ ସୁନା ଦୋକାନୀ ଓ ଜଣେ ଠକ ଗିରଫ