PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୨୮ ପଜିଟିଭ୍ ଚିହ୍ନଟ
  • ||
  • ନୂଆଦିଲ୍ଲୀ : ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୮ରୁ ପୁଣି ବଢ଼ିବ ବର୍ଷା, ଉତ୍ତର ଓଡିଶାରେ ପ୍ରବଳ ଛେଚିବ
  • ||
  • ସମ୍ବଲପୁର : ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତିି
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ଓ ସୁନିଆଁ ପର୍ବ ପାଳନ, ଜଗା ଦର୍ଶନ ବନ୍ଦ
  • ||
  • ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ
  • ||
  • ନୀଳଗିରି : ଡାକବଙ୍ଗଳା ରାସ୍ତାରେ ବୁଲୁଛି ଭାଲୁ
  • ||
  • ସାନଖେମୁଣ୍ଡି : ଗାଧୋଇ ଯିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ମହିଳା ମୃତ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ସହର ୧୨ ଘଣ୍ଟିଆ ବନ୍ଦ, ୪ ଦଫା ଦାବି ନେଇ ବନ୍ଦ ଡ଼କରା ଦେଇଛି ଟ୍ରକ୍ ମାଲିକ ସଙ୍ଘ
  • ||
  • ଜଳେଶ୍ଵର : ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା, ଜଳମଗ୍ନ ୫ଟି ପଞ୍ଚାୟତ
  • ||
  • ପାଟଣା : ଦାଉ ସାଧିଲା ଲଗାଣ ବର୍ଷା, ବନ୍ଧ ଭାଙ୍ଗି ବାଲି ଚରିଗଲା ଏକର ଏକର ଚାଷ ଜମି
  • ||

ଆସନ୍ତା ୨୯ରୁ‘ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ୍‌’: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୨୫/୮ : ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ନୂଆଦିଲ୍ଲୀର ଇଣ୍ଡୋର୍‌ ଷ୍ଟାଡିଅମ୍‌ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ଏହା ଅଧୀନରେ ଥିବା କଲେଜଗୁଡିକରେ ଏହି କାର୍ଯ୍ୟକ୍ରମର ଦୂରଦର୍ଶନରେ ସିଧା ପ୍ରସାରଣ ଦେଖିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଅନୁରୋଧ କରିଛି । ୟୁଜିସି ସଚିବ ରଜନୀଶ ଜୈନ ଦେଶର ସମସ୍ତ ବିଶ୍ୱବିଦ୍ୟାଳୟକୁ ଏନେଇ ଚିଠି ଲେଖିଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକମାନଙ୍କୁ ଶପଥ ପାଠ କରାଇବେ । ପ୍ରତି ବ୍ୟକ୍ତି ଆସନ୍ତା ୨୯ରେ ୧୦ ହଜାର ପାଦ ଚାଲିବେ । ପରବର୍ତ୍ତୀ ସମୟରେ ପ୍ରତିଦିନ ପାଳନ କରିବେ । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସମସ୍ତ କାର୍ଯ୍ୟକ୍ରମର ଭିଡିଓ ରେକଡିଂ କରିବେ । ପରେ ଏହାକୁ ୟୁଜିସିର ୟୁନିଭର୍ସିଟି ମନିଟରିଂ ପୋର୍ଟାଲରେ ଅପଲୋଡ୍‌ କରିବାକୁ ୟୁଜିସି ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନିର୍ଦ୍ଦେଶ ଦେଇଛି ।