ମାଲକାନଗିରିରେ ୨୯ BSF ଯବାନଙ୍କୁ କରୋନା

ମାଲକାନଗିରି ୩୦/୦୬: ଆଜି ରାଜ୍ୟରେ ଆଉ ୨୦୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ଜଣ   BSF ଯବାନ ଥିବା ଜଣାଯାଇଛି। ଏଥି ସହିତ ୩ଜଣ ହୋମ୍ କ୍ବାରେଣ୍ଟାଇନ୍‌ ହୋଇଥିବା କ୍ବରେଣ୍ଟାଇନ୍‌ ସେଣ୍ଟରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏ ନେଇ ମାଲକାନଗିରି ଜିଲ୍ଲାପାଳ ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି।

ଆଜି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ BSF ଯବାନ ଅଛନ୍ତି । ଏହି ବିଏସଏଫ ଯବାନମାନେ ମାଲ୍ୟବନ୍ତ ବୟେଜ୍ ହଷ୍ଟେଲ, ଜୁନିୟର ସାଇନ୍ସ କଲେଜ ହଷ୍ଟେଲରେ ରହୁଥିଲେ । ଏହି ଯବାନମାନେ ବିହାର, ଝାଡଖଣ୍ଡ, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଭଳି ବିଭିନ୍ନ ରାଜ୍ୟରୁ ଆସିଥିଲେ।

ସୂଚନା ମୁତାବିକ ମାଲକାନଗିରି ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫୨ ଜଣ ସୁସ୍ଥ ହୋଇଛନ୍ତି । ୪୪ଟି ଆକ୍ଟିଭ କେସ୍ ରହିଛି ।

   ସମ୍ବନ୍ଧିତ ଖବର


ସାଲେପୁର ବିଧାୟକଙ୍କୁ କରୋନା ସୂଚନା- ଚିକିତ୍ସା ପାଇଁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି

କରୋନା ଭାକସିନ୍‌କୁ ନେଇ ସସପେନସ୍‌ ଜାରି- ଆସନ୍ତା ବର୍ଷ ଆସିପାରେ ବୋଲି କହିଲେ ILS ର ନିର୍ଦ୍ଦେଶକ ଅଜୟ ପରିଡା

ସିଲ୍‌ ହେଲା ଭୁବନେଶ୍ୱର ଆର୍‌ଟିଓ ଅଫିସ୍‌- ଆଇସିଆସିଆଇ ବ୍ୟାଙ୍କ ମୁଖ୍ୟ ଶାଖା ସିଲ୍‌

ଭୁବନେଶ୍ୱର ଆରଟିଓ ଅଫିସରୁ ୩ କରୋନା ପଜିଟିଭ୍ ଚିହ୍ନଟ

ବାହା ଚିତା ଲିଭିନି ଜଳିଲା ଜୁଇ- ନବ ବିବାହିତାଙ୍କୁ ହତ୍ୟା ଅଭିଯୋଗ

ମହିଳା ସହକର୍ମୀଙ୍କୁ ଡାଇରେକ୍ଟରଙ୍କ ଯୌନ ନିର୍ଯାତନା ମାମଲାରେ ପାଲଟା ଅଭିଯୋଗ ଆଣିଲେ ଖୋଦ୍‌ ଡାଇରେକ୍ଟର