ଜମ୍ମୁ-କଶ୍ମୀର: କୁଲଗ୍ରାମରେ ଆତଙ୍କୀ ଆକ୍ରମଣ, ଚାଲିଗଲା ୩ ବିଜେପି ନେତାଙ୍କ ଜୀବନ

ଶ୍ରୀନଗର, ୨୯/ ୧୦: ଜମ୍ମୁ-କଶ୍ମୀରର କୁଲଗ୍ରାମରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ। ଆତଙ୍କୀଙ୍କ ଟାର୍ଗେଟରେ ବିଜେପି କର୍ମୀ। ଗୁରୁବାର ଦିନ ରାତିରେ କୁଲଗ୍ରାମରେ ତିନି ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କଲେ ଆତଙ୍କବାଦୀ।

ଗୁରୁବାର କୁଲଗାମରେ ଆତଙ୍କବାଦୀ ତିନି ବିଜେପି ନେତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ସୂଚନା ଅନୁଯାୟୀ ବିଜେପି ଯୁବ ମୋର୍ଚ୍ଚାର ସଂପାଦକ ଫିଦା ହୁସେନ ନିଜର ଦୁଇ ସାଥୀଙ୍କ ସହ ଘର ଅଭିମୁଖେ ଯାଉଥିଲେ। ସେହି ସମୟରେ ଲୁଚି ରହିଥିବା ଆତଙ୍କବାଦୀ ଅଚାନକ ତିନି ଜଣଙ୍କ ଉପରେ ଆଖିବୁଜା ଗୁଳିମାଡ କରିଥିଲେ। ପରେ ଘଟଣାସ୍ଥଳରେ ପହଞ୍ଚି ପୋଲିସ୍‌ ବିଜେପି ନେତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଫିଦା ହୁସେନଙ୍କ ମୃତ୍ୟୁ ଘଟିଛି। ଅତ୍ୟ ୨ ନେତାଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଯାହାଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି।

କୁଲଗ୍ରାମ ପୋଲିସ୍‌କୁ ଗୁରୁବାର ରାତି ୮ଟାରେ ବିଜେପିର ୩ ନେତାଙ୍କ ଉପରେ ଆତଙ୍କବାଦୀ ଆକ୍ରମଣର ସୂଚନା ମିଳିଥିଲା। ଏହା ପରେ ବରିଷ୍ଠ ପୁଲିସ ଅଧିକାରୀ ଓ ଯବାନ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ୍‌ ସେନା ସହିତ ମିଶି ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜାରି ରଖିଛି।

   ସମ୍ବନ୍ଧିତ ଖବର


ବିଶ୍ବାସ ନା ଅନ୍ଧବିଶ୍ବାସ ! ଭାରତର ଏହି ମନ୍ଦିରରେ କରାଯାଉଛି କଳା କୁକୁରକୁ ପୂଜା, କାରଣ ଜାଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ…

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

୪୩ ମୋବାଇଲ ଆପ୍‌କୁ ଭାରତ ‌ବ୍ୟାନ କରିବା ପରେ ଚୀନ ରାଗରେ ପାଚି ଲାଲ୍, କହିଲା ମିଳିବ କଡା ଜବାବ…

ଟ୍ୟୁସନ ଯିବା ସମୟରେ ନାବାଳିକାକୁ ଗଣଦୁଷ୍କର୍ମ, ଅଶ୍ଲୀଳ ଭିଡିଓ ତିଆରି କରି ଦେଉଥିଲେ ଧମକ…

କରୋନା ପାଇଁ ରାତ୍ରୀ କାଳୀନ କର୍ଫ୍ୟୁ ଜାରି କରିପାରିବେ ରାଜ୍ୟ ସରକାର- ସମ୍ପୂର୍ଣ୍ଣ କର୍ଫ୍ୟୁ ପାଇଁ କଟକଣା, ଡିସେମ୍ବର ପାଇଁ କେନ୍ଦ୍ରର ନୂଆ ଗାଇଡ୍‌ ଲାଇନ୍‌

ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…