PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

୩ଟି ମାମଲାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍‌: ଜମା କରିବେ ୧୪ ଲକ୍ଷ ଟଙ୍କା, ତଥାପି ଜେଲ୍‌ରୁ ମୁକୁଳି ପାରିବେନି

କଟକ,୦୧/୦୬: ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନାରେ ରୁଜୁ ତିନିଟି ମାମଲାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ଜାମିନ୍‌ ମିଳିଛି । ସେ ୧୪ ଲକ୍ଷ ଟଙ୍କା ଜମା କରି ଜାମିନ୍‌ରେ ଯିବେ ବୋଲି ହାଇକୋର୍ଟ ସର୍ତ୍ତ ଧାର୍ଯ୍ୟ କରିଛନ୍ତି ।

ହାଇକୋର୍ଟର ଅବକାଶକାଳୀନ ବିଚାରପତି ଜଷ୍ଟିସ୍‌ ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଶ୍ରୀ ପାଣିଗ୍ରାହୀଙ୍କ ବିରୋଧରେ ଆହୁରି ଦୁଇଟି ମାମଲା ଥିବାରୁ ଏହି ୩ଟିରେ ଜାମିନ୍‌ ମିଳିବା ସତ୍ତେ୍ୱ ସେ ଜେଲ୍‌ରୁ ମୁକୁଳି ପାରିବେ ନାହିଁ । ବିଧାୟକ ଶ୍ରୀ ପାଣିଗ୍ରାହୀ ଟାଟା ମୋଟର୍‌ କମ୍ପାନୀରେ ଚାକିରି କରାଇଦେବା ନାଁରେ କିଛି ଆଶାୟୀ ପ୍ରାର୍ଥୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲାଞ୍ଚ ନେଇଥିଲେ । ଜଣେ ପ୍ରାର୍ଥୀଙ୍କଠାରୁ ୬ ଲକ୍ଷ ନେଇଥିଲାବେଳେ ଆଉ ଦୁଇ ଜଣ ଆଶାୟୀଙ୍କଠାରୁ ଯଥାକ୍ରମେ ୫ ଲକ୍ଷ ଓ ୩ ଲକ୍ଷ ଟଙ୍କା ନେଇଥିଲେ ।

ଏ ନେଇ ଗୋଳନ୍ଥରା ଥାନାରେ ପୃଥକ ପୃଥକ ତିନିଟି ମାମଲା ରୁଜୁ ହୋଇଥିଲା । ଏହି ତିନିଟି ମାମଲାରେ ଜାମିନ୍‌ ଆବେଦନ କରି ବିଧାୟକ ଶ୍ରୀ ପାଣିଗ୍ରାହୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ପୂର୍ବରୁ ସେ ଗୋଟିଏ ମାମଲାରେ ଜାମିନ୍‌ ପାଇଥିବା ବେଳେ ତାଙ୍କ ନାଁରେ ଆହୁରି ଦୁଇଟି ମାମଲା ରହିଛି ।