ପ୍ରମୁଖ ଖବର
  • ବୌଦ୍ଧ ପୋଲିସକୁ ବଡ଼ ସଫଳତା, ୧୦ ଜଣିଆ ଡକାୟତି ଗ୍ୟାଙ୍ଗ ଧରିଲେ
  • ||
  • ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବୈଠକ, ରତ୍ନଭଣ୍ଡାର ଖୋଲିବା, ମରାମତି ନେଇ ଆଲୋଚନା
  • ||
  • ରାଇଘରରେ ପୋଲିସ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
  • ||
  • ଦିନକ ପରେ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା, ନରେନ୍ଦ୍ରରେ ଚାପ ଖେଳିବେ ମଦନମୋହନ
  • ||
  • ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ, କୃଷ୍ଣପ୍ରସାଦପୁରରେ କରିବେ ପ୍ରଚାର
  • ||
  • ଝାରସୁଗୁଡ଼ା, ପଡିଆରୁ ୩ ମୃତଦେହ ଠାବ, ଗୋଟିଏ ପରିବାର ହୋଇଥିବା ସନ୍ଦେହ
  • ||
  • ଆଇପିଏଲ ମହାସମରରେ ପଞ୍ଜାବ କିଙ୍ଗ୍ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ହାରିଲେ ବିଦା
  • ||
  • ବିଏମ୍‌ସି କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଏଣିକି ବିଳମ୍ବରେ ଅଫିସ୍ ଆସିଲେ ଦରମା କାଟ୍‌
  • ||
  • ରାଜ୍ୟରେ କମ୍ପୁଛି ପ୍ରଚାର ମଇଦାନ୍, ଆଜି ଗଞ୍ଜାମ, କନ୍ଧମାଳରେ କ୍ୟାମ୍ପେନିଂ କରିବେ ନବୀନ
  • ||
  • ରାଜ୍ୟରେ ଆସନ୍ତା ୧୨ ଯାଏ ଅଧିକ ବର୍ଷା ସମ୍ଭାବନା, ୧୫ ଯାଏ ଉପକୂଳରେ ବଢ଼ିବନି ତାତି
  • ||

ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ

ମାଲକାନଗିରି, ୨୪/୦୪ : ନିର୍ବାଚନ ପାଇଁ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି। ଏହି ସମୟରେ ମାଲକାନଗିରି ଜିଲ୍ଲାରୁ ଜବତ ହୋଇଛି ନଗଦ ୩୦ ଲକ୍ଷ ଟଙ୍କା। ଏହା ସହ ୨ ଜଣ ବ୍ୟବସାୟୀଙ୍କୁ ଗିରଫ କରିଛି ପୋଲିସ। 

ସୂଚନାନୁଯାୟୀ, ମାଲକାନଗିରି ଜିଲ୍ଲାର ଦୁଇ ଜଣ ପ୍ରତିଷ୍ଠିତ ବ୍ୟବସାୟୀ ହେମନ୍ତ ପଟ୍ଟନାୟକ ଓ ପାଲ୍ ସ୍ୱାମୀ ୩୦ ଲକ୍ଷ ଟଙ୍କା ନେଇ ମାଲକାନଗିରିରୁ ସୁକୁମା ରାସ୍ତାରେ ଯାଉଥିଲେ। ଏହି ସମୟରେ ଚାଲାଣଗୁଡା ପୋଲିସ ଚେକ୍ ପୋଷ୍ଟରେ ଫ୍ଲାଇଇଂ ସ୍କ୍ଵାଡ ଏହାକୁ ଜବତ କରିଛି । ଏହା ସହ ୨ ଜଣଙ୍କୁ ଗିରଫ କରି ମାଲକାନଗିରି ଆଦର୍ଶ ଥାନା ପୋଲିସକୁ ହସ୍ତାନ୍ତର କରିଛି। ତେବେ ଏତେ ବଡ ସଂଖ୍ୟକ ନଗଦ ଟଙ୍କା ନେଇ ଦୁଇ ଜଣ ବ୍ୟକ୍ତି କୁଆଡେ ଯାଉଥିଲେ ତାହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଟଙ୍କା କୌଣସି ନିର୍ବାଚନୀ ପ୍ରଚାର ଲାଗି ନିଆ ଯାଉଥିଲା କି ନାହିଁ ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ। ଆଦର୍ଶ ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ଆୟକର ବିଭାଗକୁ ଏହାର ଛାନଭିନ୍ କରିବା ଲାଗି ଉପଜିଲ୍ଲାପାଳ ଜଣାଇଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.