କାକଟପୁରକୁ ଫେରିବେ ୩ହଜାର ପ୍ରବାସୀ

କାକଟପୁର, ୭/୫: ଲକ୍‌ଡାଉନ ପାଇଁ ବାହାର ରାଜ୍ୟରେ ଫସି ରହିଥିବା ପୁରୀ ଜିଲ୍ଲା କାକଟପୁର ବ୍ଲକ୍‌ର ୩ ହଜାରରୁ ଅଧିକ ପ୍ରବାସୀ ଶ୍ରମିକ ନିଜ ଘରକୁ ଫେରିବା ନିମନ୍ତେ ନାମ ପଞ୍ଜୀକରଣ କରିଛନ୍ତି । ସେମାନଙ୍କୁ ପ୍ରତି ପଂଚାୟତରେ ପ୍ରସ୍ତୁତ ହୋଇ ରହିଥିବା କ୍ୱାରେଣ୍ଟାଇନ ସେଣ୍ଟରରେ ୧୪ ଦିନ ପାଇଁ ରଖାଯିବ । ସେମାନଙ୍କ ରହଣୀ ସମୟରେ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ଖାଦ୍ୟପେୟ, ଏବଂ ଅନ୍ୟାନ୍ୟ ଆନୁସଂଗିକ ବ୍ୟବସ୍ଥା ନିମନ୍ତେ କରୋନା ଯୋଦ୍ଧା କୁହାଯାଉଥିବା ସ୍ଥାନୀୟ ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟ କର୍ମୀ, ଆଶା କର୍ମୀ, ସ୍ୱୟଂ ସହାୟିକା ଗୋଷ୍ଠୀ ଏବଂ ନୋଡାଲ ଅଧିକାରୀଙ୍କ ଉପରେ ଗୁରୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ଏହି ପରିପ୍ରେକ୍ଷୀରେ ବ୍ଲକ୍‌ ଅନ୍ତର୍ଗତ କୁଣ୍ଢେଇ ପଂଚାୟତ ବରୁଣେଇ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ପରିସରରେ କରୋନା ଯୋଦ୍ଧାମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସରପଂଚ ଶୁଭଜ୍ୟୋତି ମଲ୍ଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ନୋଡାଲ ଅଧିକାରୀ, ଅତିରିକ୍ତ ନୋଡାଲ ଅଧିକାରୀ, ସ୍ୱାସ୍ଥ୍ୟ କର୍ମୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଙ୍ଗନବାଡ଼ି କର୍ମୀ, ଆଶାକର୍ମୀ ଓ ୱାର୍ଡ ସଭ୍ୟ ପ୍ରମୁଖ ଯୋଗଦାନ କରିଥିଲେ । ଏହି ଅବସରରେ କ୍ୱାରେଣ୍ଟାଇନ ସେଣ୍ଟର ପରିଚାଳନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ।

   ସମ୍ବନ୍ଧିତ ଖବର


ସ୍ବାବ ପରେ ଏବେ ପରିସ୍ରାରୁ ଜାଣିପାରିବେ କରୋନା ରିପୋର୍ଟ!

ଓଡ଼ିଶାରେ ରି-ଇନ୍‌ଫେକ୍ସନ୍‌ ହେଉଛି କରୋନା : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ

ପୁଅର ଅସ୍ଥି ଟିକକ ମିଳିଲେ ଗଙ୍ଗାରେ ବିସର୍ଜନ କରନ୍ତି…

ବାଇକ୍‌ରେ ଯାଉଥିଲେ, ଚଢ଼ିଗଲା ଟ୍ରକ୍: ଅଜା-ନାତିଙ୍କ ଚାଲିଗଲା ଜୀବନ

ମୁହାଁ ମୁହିଁ ଧକ୍କା ହେଲା ଟ୍ରକ୍‌ : ଗୁରୁତର ଡ୍ରାଇଭରଙ୍କୁ ହସ୍ପିଟାଲରେ ଭର୍ତ୍ତି

ଆଜି ଧରାପୃଷ୍ଠରେ ଅବତରଣ କରିବେ ମା’ ଗଜଲକ୍ଷ୍ମୀ: ସବୁଠି କୋଭିଡ୍‌ ନିୟମ ଅନୁସାରେ ହେବ ପୂଜା, ଦର୍ଶନ କରିବେନି ଭକ୍ତ