PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

କରୋନା – ଓଡ଼ିଶାରେ ଆରୋଗ୍ୟ ସଂଖ୍ୟା ୩୦ ହଜାର ଟପିଲା

ଭୁବନେଶ୍ୱର –  ଓଡ଼ିଶାରେ କରୋନାରେ ସୁସ୍ଥ ହେଲେ ମୋଟ ୩୦୨୪୧ ଜଣ । ଗଞ୍ଜାମ ଜିଲ୍ଲାରୁ ୫୬୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯,କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬, ରାୟଗଡାରୁ ୩୬, ଯାଜପୁରରୁ ୩୪ ଜଣ ରହିଛନ୍ତି ।

ସେହିପରି ବାଲେଶ୍ୱରରୁ ୩୩, ପୁରୀରୁ ୩୨, ସମ୍ବଲପୁରରୁ ୩୧, ମାଲକାନଗିରିରୁ ୨୪, କେନ୍ଦ୍ରାପଡାରୁ ୨୧,କେନ୍ଦୁଝରରୁ ୧୭, ବରଗଡରୁ ୧୬, ବଲାଙ୍ଗୀରରୁ ୧୬, ଢେଙ୍କାନାଳରୁ ୧୩, ମୟୂରଭଞ୍ଜରୁ ୧୨, ଭଦ୍ରକ, ଜଗତସିଂପୁର, ସୋନପୁରରୁ ୬ଜଣ ଲେଖାଏଁ, ଅନୁଗୋଳ, ନୂଆପଡାରୁ ୬ଜଣ ଲେଖାଏଁ, ଝାରସୁଗୁଡାରୁ ୩ ଓ ନବରଙ୍ଗପୁରରୁ ୪ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖନୀୟ ଯେ ,  ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୧୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି