ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା : ଆଜି ସର୍ବାଧିକ ୩୩୭୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫/୦୮:  ଥମିବାର ନାଁ ଧରୁନି କରୋନା । ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । କରୋନା ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଛି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି । ଆଜି ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୫୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୯୪୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୮୫୧୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   ସମ୍ବନ୍ଧିତ ଖବର


ରେଡ୍‌ ବୁଲ୍‌ କ୍ୟାମ୍ପସ୍‌ ଟି-ଟ୍ୱେଣ୍ଟି କ୍ରିକେଟ୍‌ : ଫାଇନାଲ୍‌ରେ ସୋଆ ବିଶ୍ୱବିଦ୍ୟାଳୟ

ଆଜି ବି ମଣିଷର ମନରେ ନିଷ୍ଠା, ମାନବିକତା ମରି ନାହିଁ -ପାନ ଦୋକାନୀଙ୍କ ମହାନତା,ହଜି ଯାଇଥିବା ପର୍ସ ଫେରାଇଲେ

ଅଭିନବ ଉପାୟ: ଦିବ୍ୟାଙ୍ଗ ହୋଇଥିଲେ ବି ସ୍ୱାବଲମ୍ବୀ- ରିକ୍ସାକୁ ଲୁନାରେ ବାନ୍ଧି ଚଳାଇଛନ୍ତି ବ୍ୟବସାୟ

ନିଶାସକ୍ତଙ୍କ ବିଚିତ୍ର କାଣ୍ଡ- ସାଲାଇନ୍‌ ବୋତଲ ସହ ଡାକ୍ତରଖାନାରୁ ଚାଲି ଚାଲି ଘରକୁ ପଳାଇଲେ, ଜାଣି ପାରିଲେନି ଡାକ୍ତରଖାନା କର୍ତ୍ତୃପକ୍ଷ

ମିସ ଇଣ୍ଡିଆ-୨୦୨୦ ପାଇଁ ଓଡ଼ିଶାର ଟପ୍‌-୫ ପ୍ରତିଯୋଗୀଙ୍କ ମଧ୍ୟରେ ବଲାଙ୍ଗିରର ଝିଅ ଶୁଭଶ୍ରୀ ରାୟଗୁରୁ

କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଉପରେ କଟକଣା