ପ୍ରମୁଖ ଖବର
  • ବିହାର ପଟଣାରେ ଭୟାବହ ଅଗ୍ନିକାଣ୍ଡ; ହୁତୁ ହୁତୁ ହୋଇ ଜଳିଲା ହୋଟେଲ, ୩ ମୃତ
  • ||
  • କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ଡିଭିଜନ ବେଞ୍ଚରେ ଅପିଲ କଲେ ରାଜ୍ୟ ସରକାର
  • ||
  • ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ, ସମୁଦାୟ ୨୫ ଖଣ୍ଡ କାଠ ଆସିଲା
  • ||
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||

ଓଡ଼ିଶାରେ ଆଉ ୩୫ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୭୫୪ କୁ ବୃଦ୍ଧି

ଭୁବନେଶ୍ବର ୩୧/୦୫: ସାମାନ୍ୟ ଢିଲାପଣ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ। ଆଜି ପୁଣି ଉପରମୁହାଁ ହୋଇଛି। ଗତ ୨୪ ଘଣ୍ଟା ଭିତରେ ୮୩୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏପଟେ କିନ୍ତୁ ମୃତ୍ୟୁ ସଂଖ୍ୟା ବି କମୁନି । ପୁଣି  ୩୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି।

{"id":264028,"sizeSlug":"large","linkDestination":"none"}

ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୬୪ ହଜାର ୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୧ ହଜାର ୬୬୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୭୦ ହଜାର ୫୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୭୫୪ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୭୭୩୦୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.