PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ପହିଲାରୁ ରେକର୍ଡ: ୨୪ ଘଣ୍ଟାରେ ଆଉ ୩୭ ଜୀବନ ନେଲା କରୋନ,ଜାଣନ୍ତୁ କେଉଁ ଜିଳ୍ଲାରୁ କେତେ…

ଭୁବନେଶ୍ବର ୩୧/୦୫:  ଆଜି ପୁଣି ଉପରମୁହାଁ ହୋଇଛି। ଗତ ୨୪ ଘଣ୍ଟା ଭିତରେ ୮୭୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପହିଲାରୁ ମୃତ୍ୟୁ ସଂଖ୍ୟା ରେକର୍ଡ କରିଛି। ୨୪ ଘଣ୍ଟା ମଧ୍ୟରେ ୩୭ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି।

ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୭୩ ହଜାର ୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୯ ହଜାର ୯୫୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୮୦ ହଜାର ୯୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୭୯୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୮୩୫୩୬୫ସାମ୍ପୁଲ ଟେଷ୍ଟ୍ ହୋଇଛି।