PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଆସନ୍ତା ୮ରୁ ୧୧ତାରିଖ ଯାଏଁ ବଲାଙ୍ଗୀର ଜିଲ୍ଲା ସଟ୍ ଡାଉନ୍

ବଲାଙ୍ଗୀର ୬/୮: ପୁଣି ବଲାଙ୍ଗୀର ଜିଲ୍ଲା ସଟ୍ ଡାଉନ୍। ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କଲେ ଜିଲ୍ଲା ପ୍ରଶାସନ। ଆସନ୍ତା ୮ ତାରିଖରୁ ୧୧ ପର୍ଯ୍ୟନ୍ତ ଜିଲ୍ଲାକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି । ବଲାଙ୍ଗିର ଜିଲ୍ଲାରେ କରୋନା ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି ।

ଏହି ସଟ୍ ଡାଉନ୍ ବେଳେ ଜିଲ୍ଲାର ସବୁ ମେଡିକାଲ୍, ନର୍ସିଂହୋମ୍, ମେଡିସିନ ଷ୍ଟୋର, ମ୍ୟୁନିସିପାଲିଟି, ପୋଲିସ, ଫାୟର, ସେଣ୍ଟ୍ରାଲ ଓ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ଖୋଲା ରହିବ । ପେଟ୍ରୋଲ ପମ୍ପ୍, ଜାତୀୟ ରାଜପଥରେ ହୋଟେଲ ଖୋଲା ରହିବ ।ବିବାହ, ସୁଦ୍ଧିକ୍ରିୟାରେ ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନେଇ ସମାପନ କରିହେବ । କୃଷି ସମ୍ବନ୍ଧୀୟ ସବୁ କାର୍ଯ୍ୟ ଚାଲୁ ରହିବ । ଆତ୍ୟାବଶକୀୟ ସାମଗ୍ରୀ ପରିବହନ ଜାରି ରହିବ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ସଟଡାଉନ ଗାଇଡଲାଇନ୍ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।