ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌, ଏବେ ୯ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର ୨୩।୯ : ପୁଣି ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌। ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି । ଏବେ ୯ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି।  ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୦ ହଜାର ୨୫୧ କ୍ୟୁସେକ ଜଳ ପ୍ରବେଶ କରୁଛି। ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୬୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୨୯.୦୮ ଫୁଟ୍‌।

ସୂଚନାଯୋଗ୍ୟ ଯେ, ଗତ ୧୮ ତାରିଖରେ ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ ବନ୍ଦ ହୋଇଥିଲା । ଜଳଭଣ୍ଡାରକୁ ଜଳପ୍ରବେଶ, ଜଳଭଣ୍ଡାରର ଜଳସ୍ତର, ଜଳ ପରିଚାଳନା ନେଇ ରୁଲକର୍ଭକୁ ଆଧାର କରି ପର୍ଯ୍ୟାୟକ୍ରମେ ଗେଟ୍ ଗୁଡିକ ବନ୍ଦ କରାଯାଇଥିଲା । ବନ୍ୟାଜଳ ନିୟନ୍ତ୍ରଣ ପାଇଁ ଚଳିତ ବର୍ଷ ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍ ଖୋଲାଯାଇଥିଲା ।

   ସମ୍ବନ୍ଧିତ ଖବର


ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଉତ୍କଳୀୟ କଳା ଶୈଳୀ ଅନୁସାରେ ହେବ ଶ୍ରୀମନ୍ଦିର ଦ୍ୱାର ନିର୍ମାଣ କାର୍ଯ୍ୟ- ରୂପା ଛାଉଣୀ କାର୍ଯ୍ୟ ଆଗାମୀ ୧୦ ଦିନ ଭିତରେ ଆରମ୍ଭ ହେବ

ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ

ଓଟିଭିର ଆଉ ଏକ ଜମି କେଳେଙ୍କାରୀ, ରାଜଧାନୀରେ ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା

ସାଲେପୁର: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ବନବିଭାଗର ଚଢ଼ାଉ: ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ଶିକାର ସରଞ୍ଜାମ ଜବତ, ଜଣେ ଗିରଫ