ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

୪ କଲେଜ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ, ଟେଷ୍ଟ ପାଇଁ ପଠାଗଲା ୨୬୦ପିଲାଙ୍କ ସାମ୍ପଲ୍

ଢେଙ୍କାନାଳ ୩୦।୧୧: କୋଭିଡର ନୂଆ ଭରିଆଣ୍ଟ ଓମିକ୍ରନକୁ ନେଇ ସମସ୍ତଙ୍କ ମୁଣ୍ଡବ୍ୟଥା ବଢିଯାଇଛି । ଏପରି ସ୍ଥଳେ ଗତ କିଛି ଦିନ ହେଲା ତଳମୁହାଁ ଥିବା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଲାଣି । ଏପରିକି ସ୍କୁଲ କଲେଜ ଅଫଲାଇନ କ୍ଲାସ ଆରମ୍ଭ ହୋଇ ସାରିଥିବା ବେଳେ ଭୀମସାର କଲେଜ ପରେ ପରେ ଏପଟେ ଢେଙ୍କାନାଳରେ ୪ ଜଣ କଲେଜ ଛାତ୍ର କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିବା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ହୋଇଛି ।

ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଂଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟ ନାମକ ଏକ ଘରୋଇ କଲେଜ ହଷ୍ଟେଲର ୪ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ଯାହାକୁ ନେଇ ଢେଙ୍କାନାଳରେ ସଂକ୍ରମଣ ଆଶଙ୍କା ବଢିଯାଇଛି । ଫଳରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସାଇକୃପା ଆବାସିକ କଲେଜର ଥିବା ୨୬୦ ଜଣ ପିଲାଙ୍କର କୋଭିଡ ଆରଟିପିସିଆର ଟେଷ୍ଟ ପାଇଁ ସାମ୍ପଲ ନିଆଯାଇ ପଠାଯାଇଥିବା ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରକାଶ କରିଛନ୍ତି । ଏପଟେ ଅଭିଭାବକମାନେ ନିଜ ନିଜ ପିଲାଙ୍କୁ ନେଇ ସଂକ୍ରମଣ ଆଶଙ୍କା କରି ନିଜ ଘରକୁ ନେଇ ଯାଇଥିବା ଜଣାପଡିଛି । ଫଳରେ ଏହି କଲେଜ ଖାଲି ହୋଇଯାଇଥିଲେ ମଧ୍ୟ ଆସିବାକୁ ଥିବା ଆରଟିପିସିଆର ଟେଷ୍ଟ ରିପୋର୍ଟ ଉପରେ ସମସ୍ତଙ୍କର ନଜର ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.