PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ରାଜ୍ୟରେ କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ ସଂଖ୍ୟା: ଗତ ୨୪ ଘଣ୍ଟାରେ ୪୦ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୦୨/୦୬ : ଆଜି ରାଜ୍ୟରେ ପୁଣି ଉପରମୁହାଁ ହୋଇଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୮୩୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନାନୁଯାୟୀ, ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଝାରସୁଗୁଡାରୁ ୪, ବୌଦ୍ଧ ଓ ରାୟଗଡାରୁ ୩, ସମ୍ବଲପୁର ଓ ନବରଙ୍ଗପୁର, ଦେଓଗଡରୁ ୨, ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୩୯୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପଜିଟିଭ ଆକ୍ରାନ୍ତ ୪ ହଜାର ୭୪୧ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୫୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୮୨ ହଜାର ୧୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୭ ହଜାର ୨୨୦ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୯୨ ହଜାର ୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୧୯୦୨୦୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି।