PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଓଡ଼ିଶାରେ ତଳମୁହାଁ ହୋଇଛି ସଂକ୍ରମଣ କିନ୍ତୁ ମୃତ୍ୟୁରେ ଲାଗୁନି ବ୍ରେକ୍: ୨୪ ଘଣ୍ଟାରେ ମଧ୍ୟରେ ସର୍ବାଧିକ ୪୨ ଜୀବନ ନେଲା କରୋନ,ଜାଣନ୍ତୁ କେଉଁ ଜିଳ୍ଲାରୁ କେତେ…

ଭୁବନେଶ୍ବର ୦୩/୦୬: ରାଜ୍ୟ ସବୋର୍ଚ୍ଚ ସ୍ତର ଅତିକ୍ରମ କରି ସାରିଛି । ସ୍ଥିତି ଏବେ ତଳମୁହାଁ ହୋଇଛି । କିନ୍ତୁ ରାଜ୍ୟରେ ମୃତ୍ୟୁ ହାରରେ ଲାଗୁନି ବ୍ରେକ୍ ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି କରୋନ। ଗତ ୨୪ ଘଣ୍ଟା ଭିତରେ ୮୮୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପହିଲାରୁ ମୃତ୍ୟୁ ସଂଖ୍ୟା ରେକର୍ଡ କରିଛି। ୨୪ ଘଣ୍ଟା ମଧ୍ୟରେ ୪୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩ କୁ ବୃଦ୍ଧି ପାଇଛି।

୧୮ଟି ଜିଲ୍ଲାରୁ ୪୨ ଜୀବନ ନେଇଛି ଘାତକ କରୋନ। ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ହୋଇଥିବା ବେଳେ କଳାହାଣ୍ଡି ଓ କଟକ ଜିଲ୍ଲାରୁ ୪ ଜଣ ରହିଛନ୍ତି । ବୌଦ୍ଧ ଓ ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି ଓ କେନ୍ଦ୍ରାପଡ଼ା ନବରଙ୍ଗପୁର ଓ ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୯୦ ହଜାର ୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୫ ହଜାର ୪୨୩ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୦୨ ହଜାର ୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୮୭୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୯୭୨୨୨୬ସାମ୍ପୁଲ ଟେଷ୍ଟ୍ ହୋଇଛି।