PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ରାଜ୍ୟରେ ଉପର ତଳ ହୋଉଛି କରୋନା ଗ୍ରାଫ୍ : ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର, ୧୭।୧୦ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗିଛି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୦୭୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୫୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୦୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୭୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୦୬୧୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।