PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ମାଲଗୋଦାମ ବେହେରାସାହିରୁ ଆଉ ୪୬ ପଜିଟିଭ୍‌ ଚିହ୍ନଟ

କଟକ – ଦିନକୁ ଦିନ ମାଲଗୋଦାମ ବେହେରା ସାହିରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ଏଠାରୁ ଆଉ ୪୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛି । କଟକ ସହରରେ ଆଉ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହା ସହ କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪୬କୁ ବୃଦ୍ଧି ଘଟିଛି ।

ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହୋଇଥିବା ବେଳେ କ୍ୱାରେଣ୍ଟାଇନ୍‌ରେ ୬୦ ଆକ୍ରାନ୍ତ ଅଛନ୍ତି ।

ଉଲ୍ଲେଖନୀୟ ଯେ ,  ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୬୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୨ଜଣ ମୃତକଙ୍କ ମଧ୍ୟରୁ ଗଞ୍ଜାମ, କନ୍ଧମାଳ କେନ୍ଦୁଝର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ବରଗଡ଼, ବାଲେଶ୍ବର, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁ ଘଟିଛି।