ପୁରୀ ବିଶ୍ୱ ଐତିହ୍ଯ ନଗରୀ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବାରେ ଜିଲ୍ଲପାଳଙ୍କ ସହଯୋଗ ପାଇଁ ୫ ଆଇଏସ୍ ଅଫିସରଙ୍କୁ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୩/୯: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି । ଏଥିପାଇଁ ପୁରୀର ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି । ଏହିସବୁ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାରେ ଜିଲ୍ଲପାଳଙ୍କୁ ସହଯୋଗ କରିବାପାଇଁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଜଣ ଆଇଏସ୍ ଅଫିସରଙ୍କୁ ନିଯୁକ୍ତ କରିଛନ୍ତି । ସେମମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ ।

ଏହି ଶିକ୍ଷାନବୀଶ ଆଇଏଏସ୍ ଅଫିସରମାନେ ହେଲେ ସୂର୍ଯ୍ୟବଂଶୀ ମୟୁର ବିକାଶ, କୀର୍ତ୍ତିଭାସନ ଭି, ଡଃ ଶୁଭଙ୍କର ମହାପାତ୍ର, ଜେ. ସୋନାଲ୍, ଭୁବନେଶ ଦେବଦାସ ପାଟିଲ । ଏମାନେ ସମସ୍ତେ ୨୦୧୮ ବ୍ୟାଚର  ଆଇଏସ୍ ଅଫିସର । ଏମାନେ ସମସ୍ତେ ଆଜି ପୁରୀରେ କାର୍ଯ୍ଯରେ ଯୋଗଦେଇଛନ୍ତି । ପୁରୀ ଯିବା ପୂର୍ବରୁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍. ବାଲକ୍ରିଷ୍ଣନ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିୂବ ଭି.କେ ପାଣ୍ଡିଆନ୍ ସେମାନଙ୍କୁ ସେମାନଙ୍କ ଦାୟିତ୍ୱ ସମ୍ପର୍କରେ ବୁଝାଇଥିଲେ ଏବଂ ରାଜ୍ଯ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତାର ସହ କାମ କରିବାକୁ ପରାମର୍ଶ ଦେଇଥିଲେ ।

   ସମ୍ବନ୍ଧିତ ଖବର


କୋକେଇରେ ବସି ନିର୍ବାଚନ ପ୍ରଚାର, ଏପର୍ଯ୍ୟନ୍ତ ୧୧ ଥର ହାରି ସାରିଲେଣି

ଓଡ଼ିଶାରେ ରି-ଇନ୍‌ଫେକ୍ସନ୍‌ ହେଉଛି କରୋନା : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ

ପୁଅର ଅସ୍ଥି ଟିକକ ମିଳିଲେ ଗଙ୍ଗାରେ ବିସର୍ଜନ କରନ୍ତି…

ନିର୍ବାଚନ ସଭାରେ ଉଦବୋଧନ ବେଳେ ସଭାମଞ୍ଚରୁ ଗଳି ପଡିଲେ କଂଗ୍ରେସ ନେତା, ଦେଖନ୍ତୁ ଭିଡିଓ…

ଭାରତୀୟ ସେନା ଲଞ୍ଚ କଲା ସ୍ବଦେଶୀ ମେସେଜିଂ ଆପ୍ SAI, ହ୍ବାଟସଆପ୍‌ଠାରୁ ମଧ୍ୟ ଆହୁରି ସୁରକ୍ଷିତ

ଉତ୍ତରପ୍ରଦେଶ ଆମେଠିରେ ଦଳିତ ଗାଁ ମୁଖିଆଙ୍କ ସ୍ବାମୀକୁ ଜୀଅନ୍ତା ଜଳାଇ ହତ୍ୟା…