PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

୪ ମାସର ଗୃହବନ୍ଦୀ ପରେ ମୁକ୍ତ ହେଲେ ଜମ୍ମୁ-କାଶ୍ମୀରର ୫ ନେତା

ଶ୍ରୀନଗର ୩୧/୧୨: ପ୍ରାୟ ୪ମାସ ଧରି ଅଟକ ରହିବା ପରେ ଜମ୍ମୁ-କାଶ୍ମୀରର ୫ ଜଣ ରାଜନେତାଙ୍କୁ ପ୍ରଶାସନ ସୋମବାର ମୁକ୍ତ କରିଛି । ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରି ଏହାକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ (ଜମ୍ମୁ-କାଶ୍ମୀର ଓ ଲଦାଖ) ଘୋଷଣା କରିବା ପରଠାରୁ ଏହି ନେତାମାନଙ୍କୁ ଗୃହବନ୍ଦୀ କରି ରଖାଯାଇଥିଲା ।

ମୁକ୍ତ ହୋଇଥିବା ନେତାଙ୍କ ମଧ୍ୟରେ ଅଛନ୍ତି ନ୍ୟାସନାଲ କନ୍‌ଫରେନ୍ସ (ଏନ୍‌ସି)ର ଇସଫାକ ଜାବର ଓ ଗୁଲାମ ନବୀ, ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି)ର ଜହୁର ମୀର ଓ ୟାସିର ରେସି ଏବଂ କଂଗ୍ରେସର ବସିର ମୀର । ରେସି ହେଉଛନ୍ତି ପିଡିପିର ବିଦ୍ରୋହୀ ନେତା । ସେ ପିଡିପି ମୁଖ୍ୟ ତଥା ପୂବର୍ତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କ ବିରୋଧରେ ବିଦ୍ରୋହ ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଗତ ନଭେମ୍ବର ୨୫ ତାରିଖରେ ପିଡିପିର ଦିଲାୱର ମୀର ଏବଂ ଡିପିଏନ୍‌ର ଗୁଲାମ ହାସନ ମୀରଙ୍କୁ ମୁକ୍ତ କରାଯାଇଥିଲା