ରାଜ୍ୟରେ ୫୮ଜଣ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି

ଭୁବନେଶ୍ୱର ୧୦/୫: ଆଜି ରାଜ୍ୟରେ ୫୮ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ଏବଂ ଜଣକର ମୃତ୍ୟୁ ହୋଇଥିବା ଜଣାପଡିଛି । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୨କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶନିବାର ବିଭିନ୍ନ ସ୍ଥାନରୁ ୨୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଥିଲେ । ଫଳରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୯ରେ ପହଞ୍ଚିଥିଲା । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଥିଲା । ଜିଲ୍ଲାରେ ୭ଟି ଯାକ ଆକ୍ଟିଭ କେସ୍ ରହିଛି । ସେହିଭଳି ସୁନ୍ଦରଗଡ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଥିଲା । ସେମାନଙ୍କ ମଧ୍ୟରୁ ୭ଟି ଆକ୍ଟିଭ କେସ୍ ଥିବାବେଳେ ୬ଜଣ ସୁସ୍ଥ ହୋଇ ଫେରିଛନ୍ତି । ଭଦ୍ରକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୫କୁ ବୃଦ୍ଧି ପାଇଥିଲା । ସେମାନଙ୍କ ମଧ୍ୟରୁ ୧୩ଟି ଆକ୍ଟିଭ କେସ୍ ଥିବାବେଳେ ୧୨ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେହିପରି ପ୍ରଥମ ଥର ଜଣେ ସଂକ୍ରମିତ ଚିହ୍ନଟ ହେବା ପରେ କରୋନା ଗ୍ରାଫ୍‌ରେ ନୟାଗଡ ଜିଲ୍ଲା ସାମିଲ ହୋଇଥିଲା । ତେବେ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଅଧିକାଂଶ ସଂକ୍ରମିତ ହେଉଛନ୍ତି ସୁରଟ ଫେରନ୍ତା । ଏବେ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୯ ଛୁଇଁବା ସହ ରାଜ୍ୟରେ ସର୍ବାଧିକ ସଂକ୍ରମିତ ହେଉଛନ୍ତି ଏହି ଜିଲ୍ଲାର । ସେହିପରି ଶନିବାର ୫ଜଣ ସଂକ୍ରମିତ ସୁସ୍ଥ ହୋଇଥିଲେ ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   ସମ୍ବନ୍ଧିତ ଖବର


ଦରମା ମାଗିବାରୁ ସେଲସମ୍ୟାନକୁ ଜୀଅନ୍ତା ଜାଳିଦେଲା ମଦ ଭାଟି ମାଲିକ

ଶିକ୍ଷକଙ୍କୁ କଚାଡି ମାରିଲା ହାତୀ

ରାଜ୍ୟରେ ପୁଣି ୧୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୫୯ କୁ ବୃଦ୍ଧି

ପୁଣି ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ଡେଇଁଲା

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍, କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା

ଟ୍ରେନରେ କଟି ଗୋଟିଏ ପରିବାରର ୩ ମୃତ: ଆତ୍ମହତ୍ୟା ସନ୍ଦେହ