ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୮ ଜଣ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୬୩୬କୁ ଛୁଇଁଲା

ଭୁବନେଶ୍ୱର, ୨୧/୦୨ : କରୋନା ମହାମାରୀ କବଳରୁ ଓଡ଼ିଶା ମୁକୁଳିବାରେ ଲାଗିଛି । ଯାହାର ଫଳ ସ୍ୱରୂପ ଏବେ ଚିକିତ୍ସାଧୀନ ଥିବା ରୋଗୀଙ୍କ ସଂଖ୍ୟାରେ ବଡ ଧରଣର ହ୍ରାସ ଘଟିଛି । ୨୪ ଘଣ୍ଟା ରାଜ୍ୟରେ ୧୮ଟି ଜିଲ୍ଲାରୁ ୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୪ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୬୩୬ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 20th Feb
— I & PR Department, Odisha (@IPR_Odisha) February 21, 2021
New Positive Cases: 58
In quarantine: 34
Local contacts: 24
(Details of local contacts will be shared by concerned District Administration)
District Wise Cases:
1. Angul: 2
2. Balasore: 2
3. Bargarh: 3
4. Balangir: 5
5. Boudh: 2
6. Cuttack: 4
ଓଡ଼ିଶାରେ ଆକ୍ଟିଭ୍ କେସ୍ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ବର୍ତ୍ତମାନ ୬୧୬ ଜଣ ଆକ୍ରାନ୍ତିଙ୍କ ଚିକିତ୍ସା ଚାଲିଛି। ୨୪ ଘଣ୍ଟା ମଧ୍ୟରେ ୫୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, କଟକ ଓ ଯାଜପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼,ଝାରସୁଗୁଡା ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ବୌଦ୍ଧ, ଦେବଗଡ଼, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
16. Sambalpur: 8
— I & PR Department, Odisha (@IPR_Odisha) February 21, 2021
17. Sonepur: 1
18. Sundargarh: 8
New recoveries: 73
Cumulative tested: 8167772
Positive: 336636
Recovered: 334053
Active cases: 616
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୬୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୧୬ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୯୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୧ ଲକ୍ଷ ୬୭ହଜାର ୭୭୨ସାମ୍ପୁଲ ଟେଷ୍ଟ୍ ହୋଇଛି।