PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ ଉପ-ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ଅନୀଲ ବୈଜଲ
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ରାଜ୍ୟରେ ଆଉ ୬୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି

ଭୁବନେଶ୍ଵର,୦୧/୦୮ : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୬୬ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ,ଢେଙ୍କାନା ଓ ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, ଯାଜପୁର , କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୮ ହଜାର ୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୫ ହଜାର ୮୫୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୬ ହଜାର୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୯୬୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି।